< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 29 >

1 “ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।
七月には、その月の第一日に聖会を開かなければならない。なんの労役をもしてはならない。これはあなたがたがラッパを吹く日である。
2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;
あなたがたは燔祭をささげて、主に香ばしいかおりとしなければならない。すなわち若い雄牛一頭、雄羊一頭、一歳の雄の全き小羊七頭をささげなければならない。
3 ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
その素祭には油を混ぜた麦粉をささげなければならない。すなわち雄牛一頭について一エパの十分の三、雄羊一頭について十分の二をささげ、
4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
また七頭の小羊には一頭ごとに十分の一をささげなければならない。
5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
また雄やぎ一頭を罪祭としてささげ、あなたがたのために罪のあがないをしなければならない。
6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
これは新月の燔祭とその素祭、常燔祭とその素祭、および灌祭のほかのものであって、これらのものの定めにしたがい、香ばしいかおりとして、主に火祭としなければならない。
7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
またその七月の十日に聖会を開き、かつあなたがたの身を悩まさなければならない。なんの仕事もしてはならない。
8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
あなたがたは主に燔祭をささげて、香ばしいかおりとしなければならない。すなわち若い雄牛一頭、雄羊一頭、一歳の雄の小羊七頭をささげなければならない。これらはみな全きものでなければならない。
9 ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
その素祭には油を混ぜた麦粉をささげなければならない。すなわち雄牛一頭につき一エパの十分の三、雄羊一頭につき十分の二をささげ、
10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
また七頭の小羊には一頭ごとに十分の一をささげなければならない。
11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは贖罪の罪祭と常燔祭とその素祭、および灌祭のほかのものである。
12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
七月の十五日に聖会を開かなければならない。なんの労役もしてはならない。七日のあいだ主のために祭をしなければならない。
13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
あなたがたは燔祭をささげて、主に香ばしいかおりの火祭としなければならない。すなわち若い雄牛十三頭、雄羊二頭、一歳の雄の小羊十四頭をささげなければならない。これらはみな全きものでなければならない。
14 ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
その素祭には油を混ぜた麦粉をささげなければならない。すなわち十三頭の雄牛には一頭ごとに十分の三、その二頭の雄羊には一頭ごとに十分の二をささげ、
15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
その十四頭の小羊には一頭ごとに十分の一をささげなければならない。
16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
第二日には若い雄牛十二頭、雄羊二頭、一歳の雄の全き小羊十四頭をささげなければならない。
18 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とはその数にしたがって、定めのようにささげなければならない。
19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
第三日には雄牛十一頭、雄羊二頭、一歳の雄の全き小羊十四頭をささげなければならない。
21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とは、その数にしたがって定めのようにささげなければならない。
22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,
第四日には雄牛十頭、雄羊二頭、一歳の雄の全き小羊十四頭をささげなければならない。
24 ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とは、その数にしたがって定めのようにささげなければならない。
25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
第五日には雄牛九頭、雄羊二頭、一歳の雄の全き小羊十四頭をささげなければならない。
27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とは、その数にしたがって定めのようにささげなければならない。
28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
第六日には雄牛八頭、雄羊二頭、一歳の雄の全き小羊十四頭をささげなければならない。
30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とは、その数にしたがって定めのようにささげなければならない。
31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
第七日には雄牛七頭、雄羊二頭、一歳の雄の全き小羊十四頭をささげなければならない。
33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とは、その数にしたがって定めのようにささげなければならない。
34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
第八日にはまた集会を開かなければならない。なんの労役をもしてはならない。
36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,
あなたがたは燔祭をささげて主に香ばしいかおりの火祭としなければならない。すなわち雄牛一頭、雄羊一頭、一歳の雄の全き小羊七頭をささげなければならない。
37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
その雄牛と雄羊と小羊とのための素祭と灌祭とは、その数にしたがって定めのようにささげなければならない。
38 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
また雄やぎ一頭を罪祭としてささげなければならない。これらは常燔祭とその素祭および灌祭のほかのものである。
39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
あなたがたは定めの祭の時に、これらのものを主にささげなければならない。これらはあなたがたの誓願、または自発の供え物としてささげる燔祭、素祭、灌祭および酬恩祭のほかのものである』」。
40 ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।
モーセは主が命じられた事をことごとくイスラエルの人々に告げた。

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 29 >