< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 3 >

1 ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
Waɗannan su ne zuriyar Haruna da Musa a lokacin da Ubangiji ya yi magana da Musa a kan Dutsen Sinai.
2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
Sunayen’ya’yan Haruna su ne, Nadab ɗan fari, da Abihu, da Eleyazar da Itamar.
3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
Waɗannan su ne sunayen’ya’yan Haruna, shafaffun firistocin da aka naɗa domin su yi aiki firist.
4 ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।
Amma Nadab da Abihu suka fāɗi suka mutu a gaban Ubangiji a Hamadar Sinai a sa’ad da suka ƙona turare da haramtacciyar wuta a gabansa. Ba su kuwa da’ya’ya; saboda haka Eleyazar da Itamar kaɗai suka yi aiki firist a zamanin mahaifinsu Haruna.
5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ubangiji ya ce wa Musa,
6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
“Ka kawo mutanen Lawi, ka kuma gabatar da su ga Haruna firist, don su taya shi aiki.
7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
Za su yi wa Haruna da dukan al’umma aikace-aikace a Tentin Sujada, ta wurin yin aikin tabanakul.
8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।
Za su lura da dukan kayayyakin Tentin Sujada, suna cika hakkin Isra’ilawa ta wurin yin aiki a tabanakul.
9 ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
Ka ba da Lawiyawa ga Haruna da’ya’yansa; su ne za su zama Isra’ilawan da za a ba da su ɗungum gare shi.
10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”
Ka naɗa Haruna da’ya’yansa su yi aiki firistoci; duk wanda ya yi shisshigi a wuri mai tsarki kuwa dole a kashe shi.”
11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ubangiji ya kuma ce wa Musa,
12 “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।
“Ga shi na ɗauki Lawiyawa daga cikin Isra’ilawa a maimakon ɗan fari na kowace mace a Isra’ila. Lawiyawa nawa ne,
13 କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”
gama duk’ya’yan fari nawa ne. Lokacin da karkashe duk’ya’yan fari a Masar, na keɓe wa kaina kowane ɗan fari a Isra’ila, ko mutum, ko dabba. Za su zama nawa. Ni ne Ubangiji.”
14 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
Ubangiji ya yi magana da Musa a Hamadar Sinai ya ce,
15 “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
“Ka ƙidaya Lawiyawa bisa ga iyalansu da kabilarsu. Ka ƙidaya kowane ɗan jinjiri mai wata ɗaya ko fiye.”
16 ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
Saboda haka Musa ya ƙidaya su duka, kamar yadda maganar Ubangiji ta umarta.
17 ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।
Ga sunayen’ya’yan Lawi, Gershon, Kohat da Merari.
18 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
Ga sunayen mutanen Gershon, Libni, da Shimeyi
19 ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
Sunayen mutanen Kohat kuwa su ne, Amram, Izhar, Hebron da Uzziyel.
20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।
Dangin Merari su ne. Mali da Mushi. Ga kabilan Lawiyawa bisa ga iyalansu.
21 ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।
A wajen Gershonawa, kabilarsa su ne Libniyawa, da Shimeyiyawa; waɗannan su ne mutanen Gershom.
22 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।
Jimillar dukan jarirai maza daga wata ɗaya zuwa gaba da haihuwa su kai 7,500.
23 ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।
Kabilar Gershonawa za su yi sansani ta fuskar yamma, a bayan tabanakul.
24 ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
Eliyasaf ɗan Layel shi ne shugaban iyalan Gershonawa.
25 ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
A Tentin Sujada, Gershonawa su ne za su lura da mazauni da tabanakul da kuma tentin, abubuwan rufensa, labule a ƙofar Tentin Sujada,
26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
da labulen filin da yake kewaye da tabanakul da kuma bagade, da igiyoyi, da kuma kowane abin da ya danganci aikinsu.
27 ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
Kabilar Kohat su ne, Amramawa da Izharawa da Hebronawa da Uzziyelawa; waɗannan su ne kabilar Kohatawa.
28 ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
Jimillar dukan jarirai maza daga wata ɗaya ko fiye, 8,600 ne. Kohatawa ne suke lura da wuri mai tsarki.
29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
Kohatawa za su yi sansani a kudu da tabanakul.
30 ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।
Shugaban kabilar Kohatawa shi ne Elizafan ɗan Uzziyel.
31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍‍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
Su ne da hakkin kula da akwatin alkawari, tebur, wurin ajiye fitila, bagade, kayayyakin wuri mai tsarki da ake amfani da su a sujada, labule, da kuma kome da ya danganci aikinsu.
32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
Babban shugaban Lawiyawa shi ne Eleyazar ɗan Haruna, firist. An naɗa shi a kan waɗanda suke kula da wuri mai tsarki.
33 ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।
Kabilar Merari su ne Maliyawa da Mushiyawa; waɗannan su ne kabilar Merari.
34 ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।
Jimillar dukan jarirai maza daga wata ɗaya ko fiye, 6,200 ne.
35 ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
Shugaban iyalan Merari shi ne Zuriyel ɗan Abihayil. Za su yi sansani arewa da tabanakul.
36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,
Kabilar Merari ne aka sa su lura da katakan tabanakul, sandunanta, dogayen sandunanta, tarukanta, dukan kayan aiki da kowane abin da ya danganci aikinsu,
37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।
da ginshiƙai kewaye da filin tare da rammuka da turaku da igiyoyinsu.
38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।
Musa da Haruna da’ya’yansu za su yi sansani gabas da tabanakul, wajen fitowar rana; a gaban Tentin Sujada. Su ne da hakkin lura da wuri mai tsarki a madadin Isra’ilawa. Duk wani wanda ba ya wannan aiki, ya kuma kusaci wuri mai tsarki, za a kashe shi.
39 ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।
Jimillar Lawiyawan da Musa da Haruna suka ƙidaya bisa ga umarnin Ubangiji bisa ga danginsu, haɗe da kowane jariri daga wata ɗaya ko fiye, 22,000 ne.
40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର।
Sai Ubangiji ya ce wa Musa, “Ƙidaya dukan’ya’yan fari na Isra’ilawa maza daga wata ɗaya da kuma fiye ka kuma rubuta sunayensu.
41 ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।”
Ka ɗauko mini Lawiyawa a maimakon dukan’ya’yan fari na Isra’ilawa, haka ma na dabbobi na Lawiyawa, a maimakon’ya’yan fari na dabbobin Isra’ilawa. Ni ne Ubangiji.”
42 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
Haka Musa ya ƙidaya’ya’yan fari na Isra’ilawa, yadda Ubangiji ya umarce shi.
43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।
Jimillar’ya’yan fari maza daga wata ɗaya da kuma fiye, da aka rubuta bisa ga sunayensu, 22,273 ne.
44 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Sai Ubangiji ya kuma yi magana da Musa ya ce,
45 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।
“Ka ɗauki Lawiyawa a maimakon dukan’ya’yan fari na Isra’ila, dabbobin Lawiyawa kuma a maimakon dabbobinsu. Lawiyawa za su zama nawa. Ni ne Ubangiji.
46 ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
Don a fanshi’ya’yan fari 273 na Isra’ilawa da suka fi Lawiyawa yawa,
47 ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
ka karɓi shekel biyar domin kowannensu, bisa ga ma’aunin shekel na tsattsarkan wuri, wanda yake da nauyin gera ashirin.
48 ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।”
Ka ba wa Haruna da’ya’yansa kuɗin fansar da ya haura kai na’ya’yan farin Isra’ilawa.”
49 ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।
Haka, Musa ya karɓi kuɗin fansar waɗanda suka haura yawan Lawiyawa.
50 ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
Daga’ya’yan fari na Isra’ilawa, ya karɓi azurfa masu nauyin shekel 1,365, bisa ga ma’aunin shekel na tsattsarkan wuri.
51 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।
Sa’an nan Musa ya ba da kuɗin fansar ga Haruna da’ya’yansa, yadda maganar Ubangiji ta umarce shi.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 3 >