< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 30 >

1 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
Et locutus est ad principes tribuum filiorum Israël: Iste est sermo quem præcepit Dominus:
2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
Si quis virorum votum Domino voverit, aut se constrinxerit juramento: non faciet irritum verbum suum, sed omne quod promisit, implebit.
3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
Mulier si quippiam voverit, et se constrinxerit juramento, quæ est in domo patris sui, et in ætate adhuc puellari: si cognoverit pater votum quod pollicita est, et juramentum quo obligavit animam suam, et tacuerit, voti rea erit:
4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
quidquid pollicita est, et juravit, opere complebit.
5 ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
Sin autem statim ut audierit, contradixerit pater: et vota et juramenta ejus irrita erunt, nec obnoxia tenebitur sponsioni, eo quod contradixerit pater.
6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
Si maritum habuerit, et voverit aliquid, et semel de ore ejus verbum egrediens animam ejus obligaverit juramento:
7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
quo die audierit vir, et non contradixerit, voti rea erit, reddetque quodcumque promiserat.
8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
Sin autem audiens statim contradixerit, et irritas fecerit pollicitationes ejus, verbaque quibus obstrinxerat animam suam, propitius erit ei Dominus.
9 ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
Vidua et repudiata quidquid voverint, reddent.
10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
Uxor in domo viri cum se voto constrinxerit et juramento,
11 ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।
si audierit vir, et tacuerit, nec contradixerit sponsioni, reddet quodcumque promiserat.
12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
Sin autem extemplo contradixerit, non tenebitur promissionis rea: quia maritus contradixit, et Dominus ei propitius erit.
13 ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।
Si voverit, et juramento se constrinxerit, ut per jejunium, vel ceterarum rerum abstinentiam affligat animam suam, in arbitrio viri erit ut faciat, sive non faciat.
14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
Quod si audiens vir tacuerit, et in alteram diem distulerit sententiam, quidquid voverat atque promiserat, reddet: quia statim ut audivit, tacuit.
15 ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
Sin autem contradixerit postquam rescivit, portabit ipse iniquitatem ejus.
16 ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।
Istæ sunt leges, quas constituit Dominus Moysi inter virum et uxorem, inter patrem et filiam, quæ in puellari adhuc ætate est, vel quæ manet in parentis domo.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 30 >