< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 31 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
And the LORD said to Moses,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
“Take vengeance on the Midianites for the Israelites. After that, you will be gathered to your people.”
3 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।
So Moses told the people, “Arm some of your men for war, that they may go against the Midianites and execute the LORD’s vengeance on them.
4 ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”
Send into battle a thousand men from each tribe of Israel.”
5 ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।
So a thousand men were recruited from each tribe of Israel—twelve thousand armed for war.
6 ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।
And Moses sent the thousand from each tribe into battle, along with Phinehas son of Eleazar the priest, who took with him the vessels of the sanctuary and the trumpets for signaling.
7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।
Then they waged war against Midian, as the LORD had commanded Moses, and they killed every male.
8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।
Among the slain were Evi, Rekem, Zur, Hur, and Reba—the five kings of Midian. They also killed Balaam son of Beor with the sword.
9 ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।
The Israelites captured the Midianite women and their children, and they plundered all their herds, flocks, and goods.
10 ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।
Then they burned all the cities where the Midianites had lived, as well as all their encampments,
11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
and carried away all the plunder and spoils, both people and animals.
12 ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।
They brought the captives, spoils, and plunder to Moses, to Eleazar the priest, and to the congregation of Israel at the camp on the plains of Moab, by the Jordan across from Jericho.
13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।
And Moses, Eleazar the priest, and all the leaders of the congregation went to meet them outside the camp.
14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
But Moses was angry with the officers of the army—the commanders of thousands and commanders of hundreds—who were returning from the battle.
15 ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?
“Have you spared all the women?” he asked them.
16 ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
“Look, these women caused the sons of Israel, through the counsel of Balaam, to turn unfaithfully against the LORD at Peor, so that the plague struck the congregation of the LORD.
17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।
So now, kill all the boys, as well as every woman who has had relations with a man,
18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।
but spare for yourselves every girl who has never had relations with a man.
19 ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।
All of you who have killed a person or touched the dead are to remain outside the camp for seven days. On the third day and the seventh day you are to purify both yourselves and your captives.
20 ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”
And purify every garment and leather good, everything made of goat’s hair, and every article of wood.”
21 ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
Then Eleazar the priest said to the soldiers who had gone into battle, “This is the statute of the law which the LORD has commanded Moses:
22 ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
Only the gold, silver, bronze, iron, tin, and lead—
23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
everything that can withstand the fire—must be put through the fire, and it will be clean. But it must still be purified with the water of purification. And everything that cannot withstand the fire must pass through the water.
24 ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
On the seventh day you are to wash your clothes, and you will be clean. After that you may enter the camp.”
25 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
The LORD said to Moses,
26 “ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।
“You and Eleazar the priest and the family heads of the congregation are to take a count of what was captured, both of man and beast.
27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।
Then divide the captives between the troops who went out to battle and the rest of the congregation.
28 ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
Set aside a tribute for the LORD from what belongs to the soldiers who went into battle: one out of every five hundred, whether persons, cattle, donkeys, or sheep.
29 ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
Take it from their half and give it to Eleazar the priest as an offering to the LORD.
30 ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”
From the Israelites’ half, take one out of every fifty, whether persons, cattle, donkeys, sheep, or other animals, and give them to the Levites who keep charge of the tabernacle of the LORD.”
31 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ।
So Moses and Eleazar the priest did as the LORD had commanded Moses,
32 ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
and this plunder remained from the spoils the soldiers had taken: 675,000 sheep,
33 ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
72,000 cattle,
34 ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;
61,000 donkeys,
35 ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
and 32,000 women who had not slept with a man.
36 ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।
This was the half portion for those who had gone to war: 337,500 sheep,
37 ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
including a tribute to the LORD of 675,
38 ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
36,000 cattle, including a tribute to the LORD of 72,
39 ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
30,500 donkeys, including a tribute to the LORD of 61,
40 ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
and 16,000 people, including a tribute to the LORD of 32.
41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।
Moses gave the tribute to Eleazar the priest as an offering for the LORD, as the LORD had commanded Moses.
42 ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;
From the Israelites’ half, which Moses had set apart from the men who had gone to war,
43 ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,
this half belonged to the congregation: 337,500 sheep,
44 ଛତିଶ ହଜାର ଗୋରୁ,
36,000 cattle,
45 ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ
30,500 donkeys,
46 ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।
and 16,000 people.
47 ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
From the Israelites’ half, Moses took one out of every fifty persons and animals and gave them to the Levites who kept charge of the tabernacle of the LORD, as the LORD had commanded him.
48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
Then the officers who were over the units of the army—the commanders of thousands and of hundreds—approached Moses
49 ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
and said, “Your servants have counted the soldiers under our command, and not one of us is missing.
50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”
So we have brought to the LORD an offering of the gold articles each man acquired—armlets, bracelets, rings, earrings, and necklaces—to make atonement for ourselves before the LORD.”
51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।
So Moses and Eleazar the priest received from them all the articles made out of gold.
52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।
All the gold that the commanders of thousands and of hundreds presented as an offering to the LORD weighed 16,750 shekels.
53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।
Each of the soldiers had taken plunder for himself.
54 ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।
And Moses and Eleazar the priest received the gold from the commanders of thousands and of hundreds and brought it into the Tent of Meeting as a memorial for the Israelites before the LORD.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 31 >