< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 32 >

1 ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
Now the children of Reuben and the children of Gad had a very great multitude of cattle: and when they saw the land of Jazer, and the land of Gilead, that, behold, the place was a place for cattle;
2 ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
the children of Gad and the children of Reuben came and spake unto Moses, and to Eleazar the priest, and unto the princes of the congregation, saying,
3 “ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
Ataroth, and Dibon, and Jazer, and Nimrah, and Heshbon, and Elealeh, and Sebam, and Nebo, and Beon,
4 ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
the land which the LORD smote before the congregation of Israel, is a land for cattle, and thy servants have cattle.
5 ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
And they said, If we have found grace in thy sight, let this land be given unto thy servants for a possession; bring us not over Jordan.
6 ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
And Moses said unto the children of Gad and to the children of Reuben, Shall your brethren go to the war, and shall ye sit here?
7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
And wherefore discourage ye the heart of the children of Israel from going over into the land which the LORD hath given them?
8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
Thus did your fathers, when I sent them from Kadesh-barnea to see the land.
9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
For when they went up unto the valley of Eshcol, and saw the land, they discouraged the heart of the children of Israel, that they should not go into the land which the LORD had given them.
10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
And the LORD’S anger was kindled in that day, and he sware, saying,
11 ‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।
Surely none of the men that came up out of Egypt, from twenty years old and upward, shall see the land which I sware unto Abraham, unto Isaac, and unto Jacob; because they have not wholly followed me:
12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’
save Caleb the son of Jephunneh the Kenizzite, and Joshua the son of Nun: because they have wholly followed the LORD.
13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
And the LORD’S anger was kindled against Israel, and he made them wander to and fro in the wilderness forty years, until all the generation, that had done evil in the sight of the LORD, was consumed.
14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
And, behold, ye are risen up in your fathers’ stead, an increase of sinful men, to augment yet the fierce anger of the LORD toward Israel.
15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
For if ye turn away from after him, he will yet again leave them in the wilderness; and ye shall destroy all this people.
16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
And they came near unto him, and said, We will build sheepfolds here for our cattle, and cities for our little ones:
17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।
but we ourselves will be ready armed to go before the children of Israel, until we have brought them unto their place: and our little ones shall dwell in the fenced cities because of the inhabitants of the land.
18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
We will not return unto our houses, until the children of Israel have inherited every man his inheritance.
19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
For we will not inherit with them on the other side Jordan, and forward; because our inheritance is fallen to us on this side Jordan eastward.
20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
And Moses said unto them, If ye will do this thing; If ye will arm yourselves to go before the LORD to the war,
21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
and every armed man of you will pass over Jordan before the LORD, until he hath driven out his enemies from before him,
22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
and the land be subdued before the LORD: then afterward ye shall return, and be guiltless towards the LORD, and towards Israel; and this land shall be unto you for a possession before the LORD.
23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
But if ye will not do so, behold, ye have sinned against the LORD: and be sure your sin will find you out.
24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
Build you cities for your little ones, and folds for your sheep; and do that which hath proceeded out of your mouth.
25 ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
And the children of Gad and the children of Reuben spake unto Moses, saying, Thy servants will do as my lord commandeth.
26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
Our little ones, our wives, our flocks, and all our cattle, shall be there in the cities of Gilead:
27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
but thy servants will pass over, every man that is armed for war, before the LORD to battle, as my lord saith.
28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
So Moses gave charge concerning them to Eleazar the priest, and to Joshua the son of Nun, and to the heads of the fathers’ [houses] of the tribes of the children of Israel.
29 ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
And Moses said unto them, If the children of Gad and the children of Reuben will pass with you over Jordan, every man that is armed to battle, before the LORD, and the land shall be subdued before you; then ye shall give them the land of Gilead for a possession:
30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
but if they will not pass over with you armed, they shall have possessions among you in the land of Canaan.
31 ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
And the children of Gad and the children of Reuben answered, saying, As the LORD hath said unto thy servants, so will we do.
32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
We will pass over armed before the LORD into the land of Canaan, and the possession of our inheritance [shall remain] with us beyond Jordan.
33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
And Moses gave unto them, even to the children of Gad, and to the children of Reuben, and unto the half tribe of Manasseh the son of Joseph, the kingdom of Sihon king of the Amorites, and the kingdom of Og king of Bashan, the land, according to the cities thereof with [their] borders, even the cities of the land round about.
34 ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍, ଅଟାରୋତ୍‍ ଓ ଅରୋୟେର;
And the children of Gad built Dibon, and Ataroth, and Aroer;
35 ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,
and Atroth-shophan, and Jazer, and Jogbehah;
36 ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
and Beth-nimrah, and Beth-haran: fenced cities, and folds for sheep.
37 ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;
And the children of Reuben built Heshbon, and Elealeh, and Kiriathaim;
38 ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
and Nebo, and Baal-meon, (their names being changed, ) and Sibmah: and gave other names unto the cities which they builded.
39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
And the children of Machir the son of Manasseh went to Gilead, and took it, and dispossessed the Amorites which were therein.
40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
And Moses gave Gilead unto Machir the son of Manasseh; and he dwelt therein.
41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।
And Jair the son of Manasseh went and took the towns thereof, and called them Havvoth-jair.
42 ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
And Nobah went and took Kenath, and the villages thereof, and called it Nobah, after his own name.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 32 >