< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 32 >
1 ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
Rubens barn og Gads barn hadde en mengde fe, en svær mengde; og da de så at Jasers land og Gileads land var vel skikket for feavl,
2 ଏଥିରେ ଗାଦ୍ର ସନ୍ତାନଗଣ, ରୁବେନ୍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
kom de - både Gads barn og Rubens barn - og sa til Moses og Eleasar, presten, og menighetens høvdinger:
3 “ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
Atarot og Dibon og Jaser og Nimra og Hesbon og El'ale og Sebam og Nebo og Beon,
4 ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
det land som Herren har latt Israels menighet vinne med sverdet, er et land som er vel skikket for feavl, og dine tjenere har meget fe.
5 ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
Og de sa: Dersom vi har funnet nåde for dine øine, så la dine tjenere få dette land til eiendom, la oss slippe å dra over Jordan!
6 ଏଥିରେ ମୋଶା ଗାଦ୍ର ସନ୍ତାନଗଣକୁ ଓ ରୁବେନ୍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
Da sa Moses til Gads barn og Rubens barn: Skal eders brødre dra i krigen, og I bli her?
7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
Hvorfor vil I vende Israels barns hu bort, så de ikke vil dra over til det land Herren hat gitt dem?
8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
Det samme gjorde eders fedre da jeg sendte dem fra Kades-Barnea for å se på landet;
9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
da de hadde draget op til Eskoldalen og hadde sett på landet, vendte de Israels barns hu bort, så de ikke vilde gå inn i det land Herren hadde gitt dem.
10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
Den dag optendtes Herrens vrede, og han svor og sa:
11 ‘ଆମ୍ଭେ ଅବ୍ରହାମଙ୍କୁ, ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।
Ingen av de menn som drog op fra Egypten, fra tyveårsalderen og opover, skal få se det land som jeg har tilsvoret Abraham, Isak og Jakob; for de har ikke fulgt mig som de skulde -
12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’
ingen uten Kaleb, Jefunnes sønn, kenisitten, og Josva, Nuns sønn; for de har trolig fulgt Herren.
13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
Så optendtes Herrens vrede mot Israel, og han lot dem vanke om i ørkenen i firti år, til hele den slekt var utdød som hadde gjort det som var ondt i Herrens øine.
14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
Og nu treder I i eders fedres spor, en yngel av syndige menn, for ennu mere å øke Herrens brennende vrede mot Israel;
15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
for vender I eder bort, så I ikke vil følge ham, da vil han la Israel bli ennu lenger i ørkenen, og I vil føre ulykke over hele dette folk.
16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
Da gikk de frem til ham og sa: Vi vil bare bygge hegn her for vårt fe og byer for våre kvinner og barn,
17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।
men selv vil vi skyndsomt væbne oss og dra frem foran Israels barn, til vi har ført dem dit de skal; men våre kvinner og barn skal bli i de faste byer, så de kan være trygge for landets innbyggere.
18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
Vi vil ikke vende tilbake til våre hus før Israels barn har fått hver sin arv;
19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
for vi vil ikke ta arv med dem på den andre side av Jordan og lenger borte når vi har fått vår arv på denne side, østenfor Jordan.
20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
Da sa Moses til dem: Dersom I gjør dette, så I væbner eder for Herrens åsyn til krigen,
21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
og alle eders væbnede menn drar over Jordan for Herrens åsyn, til han har drevet sine fiender bort fra sine øine,
22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
og I ikke vender tilbake før landet er undertvunget for Herrens åsyn, så skal I være uten skyld både for Herren og for Israel, og I skal ha landet her til eiendom for Herrens åsyn.
23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
Men dersom I ikke gjør så, da synder I mot Herren, og I skal vite at eders synd skal finne eder.
24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
Bygg eder da byer for eders kvinner og barn og hegn for eders småfe, og gjør som I har lovt!
25 ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
Da sa Gads barn og Rubens barn til Moses: Dine tjenere skal gjøre som min herre har befalt;
26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
våre barn, våre hustruer, vårt fe og alle våre kløvdyr skal bli her i Gileads byer;
27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
men dine tjenere, så mange av oss som er væbnet til strid, vil dra over Jordan for Herrens åsyn og være med i krigen, således som min herre sier.
28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
Og Moses gav befaling om dem til Eleasar, presten, og Josva, Nuns sønn, og overhodene for familiene i Israels barns stammer.
29 ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
Og Moses sa til dem: Dersom Gads barn og Rubens barn, så mange av dem som er væbnet, drar med eder over Jordan til krigen for Herrens åsyn, og I legger landet under eder, da skal I gi dem Gileads land til eiendom;
30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
men dersom de ikke drar væbnet over med eder, da skal de få sin eiendom i Kana'ans land, sammen med eder andre.
31 ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
Og Gads barn og Rubens barn svarte og sa: Det som Herren har sagt til dine tjenere, det vil vi gjøre;
32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
Vi vil dra væbnet over til Kana'ans land for Herrens åsyn, men vår arve-eiendom skal være på denne side av Jordan.
33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
Så lot Moses Gads barn og Rubens barn og halvdelen av Manasses, Josefs sønns stamme få de riker som Sihon, amorittenes konge, og Og, kongen i Basan, hadde eid, hele landet med byer og omliggende marker, alle byene i landet rundt omkring.
34 ତହିଁରେ ଗାଦ୍-ସନ୍ତାନଗଣ ଦୀବୋନ୍, ଅଟାରୋତ୍ ଓ ଅରୋୟେର;
Og Gads barn bygget op igjen Dibon og Atarot og Aroer
35 ଅଟ୍ରୋତ୍-ଶୋଫନ, ଯାସେର, ଯଗ୍ବିହ,
og Atrot-Sofan og Jaser og Jogbeha
36 ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
og Bet-Nimra og Bet-Haran, faste byer og hegn for feet.
37 ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍;
Og Rubens barn bygget op igjen Hesbon og El'ale og Kirjata'im
38 ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
og Nebo og Ba'al-Meon, hvis navn blev forandret, og Sibma; og de gav de byer som de bygget op igjen, deres navn.
39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
Og Makirs, Manasses sønns barn drog til Gilead og inntok det og drev amorittene, som bodde der, bort.
40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
Og Moses gav Makir, Manasses sønn, Gilead, og han bodde der.
41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର ରଖିଲା।
Og Ja'ir, Manasses sønn, drog avsted og inntok deres landsbyer; og han kalte dem Ja'irs byer.
42 ଆଉ ନୋବହ ଯାଇ କନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
Og Nobah drog avsted og inntok Kenat med tilhørende småbyer; og han kalte det Nobah efter sitt eget navn.