< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 33 >
1 ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।
イスラエルの人々が、モーセとアロンとに導かれ、その部隊に従って、エジプトの国を出てから経た旅路は次のとおりである。
2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।
モーセは主の命により、その旅路にしたがって宿駅を書きとめた。その宿駅にしたがえば旅路は次のとおりである。
3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;
彼らは正月の十五日にラメセスを出立した。すなわち過越の翌日イスラエルの人々は、すべてのエジプトびとの目の前を意気揚々と出立した。
4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।
その時エジプトびとは、主に撃ち殺されたすべてのういごを葬っていた。主はまた彼らの神々にも罰を加えられた。
5 ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।
こうしてイスラエルの人々はラメセスを出立してスコテに宿営し、
6 ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।
スコテを出立して荒野の端にあるエタムに宿営し、
7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
エタムを出立してバアル・ゼポンの前にあるピハヒロテに引き返してミグドルの前に宿営し、
8 ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।
ピハヒロテを出立して、海のなかをとおって荒野に入り、エタムの荒野を三日路ほど行って、メラに宿営し、
9 ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
メラを出立し、エリムに行って宿営した。エリムには水の泉十二と、なつめやし七十本とがあった。
10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।
エリムを出立して紅海のほとりに宿営し、
11 ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।
紅海を出立してシンの荒野に宿営し、
12 ପୁଣି, ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।
シンの荒野を出立してドフカに宿営し、
13 ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।
ドフカを出立してアルシに宿営し、
14 ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
アルシを出立してレピデムに宿営した。そこには民の飲む水がなかった。
15 ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
レピデムを出立してシナイの荒野に宿営し、
16 ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
シナイの荒野を出立してキブロテ・ハッタワに宿営し、
17 ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।
キブロテ・ハッタワを出立してハゼロテに宿営し、
18 ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ
ハゼロテを出立してリテマに宿営し、
19 ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍-ପେରସରେ ଛାଉଣି ସ୍ଥାପନ କଲେ।
リテマを出立してリンモン・パレツに宿営し、
20 ପୁଣି, ସେମାନେ ରିମ୍ମୋନ୍-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ।
リンモン・パレツを出立してリブナに宿営し、
21 ପୁଣି, ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ।
リブナを出立してリッサに宿営し、
22 ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
リッサを出立してケヘラタに宿営し、
23 ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
ケヘラタを出立してシャペル山に宿営し、
24 ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
シャペル山を出立してハラダに宿営し、
25 ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
ハラダを出立してマケロテに宿営し、
26 ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।
マケロテを出立してタハテに宿営し、
27 ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
タハテを出立してテラに宿営し、
28 ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ
テラを出立してミテカに宿営し、
29 ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ,
ミテカを出立してハシモナに宿営し、
30 ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।
ハシモナを出立してモセラに宿営し、
31 ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
モセラを出立してベネヤカンに宿営し、
32 ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ
ベネヤカンを出立してホル・ハギデガデに宿営し、
33 ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ,
ホル・ハギデガデを出立してヨテバタに宿営し、
34 ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।
ヨテバタを出立してアブロナに宿営し、
35 ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।
アブロナを出立してエジオン・ゲベルに宿営し、
36 ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
エジオン・ゲベルを出立してチンの荒野すなわちカデシに宿営し、
37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।
カデシを出立してエドムの国の端にあるホル山に宿営した。
38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
イスラエルの人々がエジプトの国を出て四十年目の五月一日に、祭司アロンは主の命によりホル山に登って、その所で死んだ。
39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।
アロンはホル山で死んだとき百二十三歳であった。
40 ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।
カナンの地のネゲブに住んでいたカナンびとアラデの王は、イスラエルの人々の来るのを聞いた。
41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,
ついで、ホル山を出立してザルモナに宿営し、
42 ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
ザルモナを出立してプノンに宿営し、
43 ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
プノンを出立してオボテに宿営し、
44 ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
オボテを出立してモアブの境にあるイエ・アバリムに宿営し、
45 ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ,
イエ・アバリムを出立してデボン・ガドに宿営し、
46 ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ।
デボン・ガドを出立してアルモン・デブラタイムに宿営し、
47 ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।
アルモン・デブラタイムを出立してネボの前にあるアバリムの山に宿営し、
48 ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
アバリムの山を出立してエリコに近いヨルダンのほとりのモアブの平野に宿営した。
49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।
すなわちヨルダンのほとりのモアブの平野で、ベテエシモテとアベル・シッテムとの間に宿営した。
50 ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
エリコに近いヨルダンのほとりのモアブの平野で、主はモーセに言われた、
51 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
「イスラエルの人々に言いなさい。あなたがたがヨルダンを渡ってカナンの地にはいるときは、
52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
その地の住民をことごとくあなたがたの前から追い払い、すべての石像をこぼち、すべての鋳像をこぼち、すべての高き所を破壊しなければならない。
53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।
またあなたがたはその地の民を追い払って、そこに住まなければならない。わたしがその地をあなたがたの所有として与えたからである。
54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।
あなたがたは、おのおの氏族ごとにくじを引き、その地を分けて嗣業としなければならない。大きい部族には多くの嗣業を与え、小さい部族には少しの嗣業を与えなければならない。そのくじの当った所がその所有となるであろう。あなたがたは父祖の部族にしたがって、それを継がなければならない。
55 ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।
しかし、その地の住民をあなたがたの前から追い払わないならば、その残して置いた者はあなたがたの目にとげとなり、あなたがたの脇にいばらとなり、あなたがたの住む国において、あなたがたを悩ますであろう。
56 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
また、わたしは彼らにしようと思ったとおりに、あなたがたにするであろう」。