< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 34 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
耶和华晓谕摩西说:
2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
“你吩咐以色列人说:你们到了迦南地,就是归你们为业的迦南四境之地,
3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
南角要从寻的旷野,贴着以东的边界;南界要从盐海东头起,
4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
绕到亚克拉滨坡的南边,接连到寻,直通到加低斯·巴尼亚的南边,又通到哈萨·亚达,接连到押们,
5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
从押们转到埃及小河,直通到海为止。
6 ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
“西边要以大海为界;这就是你们的西界。
7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
“北界要从大海起,划到何珥山,
8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।
从何珥山划到哈马口,通到西达达,
9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନ୍‍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
又通到西斐 ,直到哈萨·以难。这要作你们的北界。
10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନ୍‍ଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।
“你们要从哈萨·以难划到示番为东界。
11 ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
这界要从示番下到亚延东边的利比拉,又要达到基尼烈湖的东边。
12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
这界要下到约旦河,通到盐海为止。这四围的边界以内,要作你们的地。”
13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
摩西吩咐以色列人说:“这地就是耶和华吩咐拈阄给九个半支派承受为业的;
14 କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
因为吕便支派和迦得支派按着宗族受了产业,玛拿西半个支派也受了产业。
15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
这两个半支派已经在耶利哥对面、约旦河东、向日出之地受了产业。”
16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
耶和华晓谕摩西说:
17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
“要给你们分地为业之人的名字是祭司以利亚撒和嫩的儿子约书亚。
18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
又要从每支派中选一个首领帮助他们。
19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
这些人的名字:犹大支派有耶孚尼的儿子迦勒。
20 ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
西缅支派有亚米忽的儿子示母利。
21 ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍‍।
便雅悯支派有基斯伦的儿子以利达。
22 ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି।
但支派有一个首领,约利的儿子布基。
23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
约瑟的子孙玛拿西支派有一个首领,以弗的儿子汉聂。
24 ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
以法莲支派有一个首领,拾弗但的儿子基母利。
25 ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍‍,
西布伦支派有一个首领,帕纳的儿子以利撒番。
26 ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,
以萨迦支派有一个首领,阿散的儿子帕铁。
27 ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍‍।
亚设支派有一个首领,示罗米的儿子亚希忽。
28 ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।”
拿弗他利支派有一个首领,亚米忽的儿子比大黑。”
29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
这些人就是耶和华所吩咐、在迦南地把产业分给以色列人的。

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 34 >