< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 34 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ubangiji ya ce wa Musa,
2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
“Ka umarci Isra’ilawa, ka ce musu, ‘Sa’ad da kuka shiga Kan’ana, ƙasar da aka ba ku gādo za tă kasance da waɗannan iyakoki.
3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
“‘Gefenku na kudu zai haɗa da wani sashin Hamadan Zin ta iyakar Edom. A gabas, iyakarku ta kudu za tă fara daga ƙarshen Tekun Gishiri,
4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
tă ƙetare Mashigin Kunama a kudu, tă ci gaba zuwa Zin, sa’an nan tă nufi kudu da Kadesh Barneya. Sa’an nan za tă zarce zuwa Hazar Addar, tă nausa zuwa Azmon,
5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
inda za tă juya tă haɗu da Rafin Masar, tă kuma ƙarasa a Bahar Rum.
6 ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
“‘Iyakarku a yammanci, za tă kasance bakin Bahar Rum. Wannan ce za tă zama iyakarku a yamma.
7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
“‘Iyakarku a arewanci kuwa za tă tashi daga Bahar Rum zuwa Dutsen Hor,
8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।
za tă kuma tashi daga Dutsen Hor, zuwa Lebo Hamat. Sa’an nan tă miƙe zuwa Zedad,
9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନ୍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
tă ci gaba zuwa Zifron, sa’an nan tă ƙarasa a Hazar-Enan. Wannan ce za tă zama iyakarku a arewa.
10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନ୍ଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।
“‘Iyakarku a gabashi, za tă tashi daga Hazar-Enan zuwa Shefam.
11 ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
Iyakar za tă gangara daga Shefam zuwa Ribla a gefen gabashin Ayin, sa’an nan tă ci gaba a gangaren gabashin Tekun Kinneret.
12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
Sa’an nan tă gangara ta Urdun, tă ƙarasa a Tekun Gishiri. “‘Wannan za tă zama ƙasarku, tare da iyakokinta a kowane gefe.’”
13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
Sai Musa ya umarci Isra’ilawa ya ce, “Ku raba wannan ƙasa da za ku gāda ta hanyar jefa ƙuri’a. Ubangiji ya umarta cewa a ba da ita ga kabilu tara da rabi,
14 କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
saboda iyalan kabilar Ruben, kabilar Gad da rabin kabilar Manasse sun riga sun sami gādonsu.
15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
Waɗannan kabilu biyu da rabi, sun sami gādonsu a wancan hayin Urdun a gabashin Yeriko wajen fitowar rana.”
16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ubangiji ya ce wa Musa,
17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
“Waɗannan su ne sunayen mutanen da za su raba muku ƙasar gādo. Eleyazar firist, da Yoshuwa ɗan Nun.
18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
Ka kuma naɗa shugaba guda ɗaya daga kowace kabila domin yă taimaka a rabon ƙasar.
19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
“Ga sunayensu. “Kaleb ɗan Yefunne, daga kabilar Yahuda;
20 ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
Shemuyel ɗan Ammihud, daga kabilar Simeyon
21 ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍।
Elidad ɗan Kislon, daga kabilar Benyamin;
22 ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି।
Bukki ɗan Yogli, shugaba daga kabilar Dan;
23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
Hanniyel ɗan Efod, shugaba daga kabilar Manasse ɗan Yusuf;
24 ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
Kemuwel ɗan Shiftan, shugaba daga kabilar Efraim ɗan Yusuf;
25 ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍,
Elizafan ɗan Farnak, shugaba daga kabilar Zebulun;
26 ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,
Faltiyel ɗan Azzan, shugaba daga kabilar Issakar;
27 ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍।
Ahihud ɗan Shelomi, shugaba daga kabilar Asher;
28 ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।”
Fedahel ɗan Ammihud, shugaba daga kabilar Naftali.”
29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
Waɗannan su ne mutanen da Ubangiji ya umarta su raba gādo ga Isra’ilawa a ƙasar Kan’ana.