< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 34 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Awurade ka kyerɛɛ Mose se,
2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
“Ka kyerɛ Israelfo no se: ‘Sɛ mubedu Kanaan asase no so a, asase a mede rema mo sɛ mo ankasa asase no a, sɛɛ na mo ahye bɛyɛ:
3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
“‘Asase no anafo fam no bɛyɛ Sin sare so a ɛda Edom hye ano no fa bi. Anafo hye no ano befi apuei fam, Nkyene Po no anafo.
4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
Ɛbɛtoa so akɔtra Akrabbim wɔ anafo hɔ a ɛrekɔ Sin no. Nʼanafo pa ara no bɛyɛ Kades-Barnea, na efi hɔ akosi Hasarada de akowie Asmon.
5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
Efi Asmon a, ɔhye no bɛkɔ ara akosi Misraim asuwa no mu na ano akɔpem Ntam Po no ano.
6 ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
Mo hye a ɛwɔ atɔe no bɛyɛ Ntam Po no ano.
7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
Mo hye a ɛda atifi no befi ase wɔ Ntam Po no ano na atoa so akosi bepɔw Hor,
8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।
de akɔ Lebo Hamat na akɔ Sedad
9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନ୍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
na atoa so akɔ Sifron na akowie wɔ Hasar-Enan.
10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନ୍ଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।
Apuei hye no befi Hasar-Enan akɔ Sefam.
11 ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
Ɔhye no besian afi Sefam akosi Ribla wɔ Ain apuei fam. Efi hɔ a, ebesiansian afa mmepɔw no ase wɔ Galilea Po no apuei fam.
12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
Ɔhye no besian afa Asubɔnten Yordan ho na akɔpem Nkyene Po no. “‘Sɛnea mo nsase ne mo ahye te ni.’”
13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
Afei Mose hyɛɛ Israelfo no se, “Momfa ntontobɔ so nkyekyɛ asase yi sɛ mo agyapade. Awurade ahyɛ sɛ wɔmfa mma mmusua akron ne fa no,
14 କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
efisɛ Ruben ne Gad mmusuakuw no ne Manase abusua no fa no de, wɔanya wɔn agyapade dedaw.
15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
Saa mmusua abien ne fa yi anya wɔn agyapade wɔ Yeriko akyi, Yordan apuei fam a ɛhwɛ apuei no.”
16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Awurade ka kyerɛɛ Mose se,
17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
“Nnipa a wɔn din didi so yi na mayi wɔn sɛ wɔnkyekyɛ asase no mu mma mo sɛ mo agyapade: Ɔsɔfo Eleasar ne, Nun babarima Yosua.
18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
Yi abusua biara mu ɔpanyin baako na ɔmmoa nkyekyɛ asase no.
19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
“Wɔn din na edidi so yi: “Yefune babarima Kaleb, Yuda abusuakuw ntuanoni;
20 ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
Amihud babarima Semuel, Simeon abusuakuw ntuanoni;
21 ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍।
Kislon babarima Elidad, Benyamin abusuakuw ntuanoni;
22 ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି।
Yogli babarima Buki, Dan abusuakuw ntuanoni;
23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
Efod babarima Haniel, Yosef babarima Manase abusuakuw ntuanoni;
24 ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
Siftan babarima Kemuel, Yosef babarima Efraim abusuakuw ntuanoni;
25 ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍,
Parknak babarima Elisafan, Sebulon abusuakuw ntuanoni;
26 ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,
Asan babarima Paltiel, Isakar abusuakuw ntuanoni;
27 ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍।
Selomi babarima Ahihud, Aser abusuakuw ntuanoni;
28 ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।”
Amihud babarima Pedahel, Naftali abusuakuw ntuanoni.”
29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
Saa nnipa yi na Awurade yii wɔn sɛ wɔnhwɛ nkyekyɛ agyapade no mu mma Israelfo no wɔ Kanaan asase so no.