< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 35 >

1 ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
וידבר יהוה אל משה בערבת מואב על ירדן ירחו לאמר׃
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।
צו את בני ישראל ונתנו ללוים מנחלת אחזתם ערים לשבת ומגרש לערים סביבתיהם תתנו ללוים׃
3 ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।
והיו הערים להם לשבת ומגרשיהם יהיו לבהמתם ולרכשם ולכל חיתם׃
4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।
ומגרשי הערים אשר תתנו ללוים מקיר העיר וחוצה אלף אמה סביב׃
5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।
ומדתם מחוץ לעיר את פאת קדמה אלפים באמה ואת פאת נגב אלפים באמה ואת פאת ים אלפים באמה ואת פאת צפון אלפים באמה והעיר בתוך זה יהיה להם מגרשי הערים׃
6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।
ואת הערים אשר תתנו ללוים את שש ערי המקלט אשר תתנו לנס שמה הרצח ועליהם תתנו ארבעים ושתים עיר׃
7 ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।
כל הערים אשר תתנו ללוים ארבעים ושמנה עיר אתהן ואת מגרשיהן׃
8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
והערים אשר תתנו מאחזת בני ישראל מאת הרב תרבו ומאת המעט תמעיטו איש כפי נחלתו אשר ינחלו יתן מעריו ללוים׃
9 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וידבר יהוה אל משה לאמר׃
10 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
דבר אל בני ישראל ואמרת אלהם כי אתם עברים את הירדן ארצה כנען׃
11 ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
והקריתם לכם ערים ערי מקלט תהיינה לכם ונס שמה רצח מכה נפש בשגגה׃
12 ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;
והיו לכם הערים למקלט מגאל ולא ימות הרצח עד עמדו לפני העדה למשפט׃
13 ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।
והערים אשר תתנו שש ערי מקלט תהיינה לכם׃
14 ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।
את שלש הערים תתנו מעבר לירדן ואת שלש הערים תתנו בארץ כנען ערי מקלט תהיינה׃
15 ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ।
לבני ישראל ולגר ולתושב בתוכם תהיינה שש הערים האלה למקלט לנוס שמה כל מכה נפש בשגגה׃
16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
ואם בכלי ברזל הכהו וימת רצח הוא מות יומת הרצח׃
17 ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
ואם באבן יד אשר ימות בה הכהו וימת רצח הוא מות יומת הרצח׃
18 ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
או בכלי עץ יד אשר ימות בו הכהו וימת רצח הוא מות יומת הרצח׃
19 ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।
גאל הדם הוא ימית את הרצח בפגעו בו הוא ימיתנו׃
20 ଆଉ ଯଦି ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
ואם בשנאה יהדפנו או השליך עליו בצדיה וימת׃
21 କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।
או באיבה הכהו בידו וימת מות יומת המכה רצח הוא גאל הדם ימית את הרצח בפגעו בו׃
22 ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
ואם בפתע בלא איבה הדפו או השליך עליו כל כלי בלא צדיה׃
23 କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
או בכל אבן אשר ימות בה בלא ראות ויפל עליו וימת והוא לא אויב לו ולא מבקש רעתו׃
24 ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।
ושפטו העדה בין המכה ובין גאל הדם על המשפטים האלה׃
25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
והצילו העדה את הרצח מיד גאל הדם והשיבו אתו העדה אל עיר מקלטו אשר נס שמה וישב בה עד מות הכהן הגדל אשר משח אתו בשמן הקדש׃
26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
ואם יצא יצא הרצח את גבול עיר מקלטו אשר ינוס שמה׃
27 ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
ומצא אתו גאל הדם מחוץ לגבול עיר מקלטו ורצח גאל הדם את הרצח אין לו דם׃
28 କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।
כי בעיר מקלטו ישב עד מות הכהן הגדל ואחרי מות הכהן הגדל ישוב הרצח אל ארץ אחזתו׃
29 ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।
והיו אלה לכם לחקת משפט לדרתיכם בכל מושבתיכם׃
30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
כל מכה נפש לפי עדים ירצח את הרצח ועד אחד לא יענה בנפש למות׃
31 ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
ולא תקחו כפר לנפש רצח אשר הוא רשע למות כי מות יומת׃
32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।
ולא תקחו כפר לנוס אל עיר מקלטו לשוב לשבת בארץ עד מות הכהן׃
33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
ולא תחניפו את הארץ אשר אתם בה כי הדם הוא יחניף את הארץ ולארץ לא יכפר לדם אשר שפך בה כי אם בדם שפכו׃
34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’”
ולא תטמא את הארץ אשר אתם ישבים בה אשר אני שכן בתוכה כי אני יהוה שכן בתוך בני ישראל׃

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 35 >