< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 36 >

1 ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
ויקרבו ראשי האבות למשפחת בני גלעד בן מכיר בן מנשה--ממשפחת בני יוסף וידברו לפני משה ולפני הנשאים--ראשי אבות לבני ישראל
2 ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
ויאמרו את אדני צוה יהוה לתת את הארץ בנחלה בגורל לבני ישראל ואדני צוה ביהוה לתת את נחלת צלפחד אחינו לבנתיו
3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
והיו לאחד מבני שבטי בני ישראל לנשים ונגרעה נחלתן מנחלת אבתינו ונוסף על נחלת המטה אשר תהיינה להם ומגרל נחלתנו יגרע
4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
ואם יהיה היבל לבני ישראל ונוספה נחלתן על נחלת המטה אשר תהיינה להם ומנחלת מטה אבתינו יגרע נחלתן
5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
ויצו משה את בני ישראל על פי יהוה לאמר כן מטה בני יוסף דברים
6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ‘ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।’
זה הדבר אשר צוה יהוה לבנות צלפחד לאמר לטוב בעיניהם תהיינה לנשים אך למשפחת מטה אביהם--תהיינה לנשים
7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
ולא תסב נחלה לבני ישראל ממטה אל מטה כי איש בנחלת מטה אבתיו ידבקו בני ישראל
8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
וכל בת ירשת נחלה ממטות בני ישראל--לאחד ממשפחת מטה אביה תהיה לאשה למען יירשו בני ישראל איש נחלת אבתיו
9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
ולא תסב נחלה ממטה למטה אחר כי איש בנחלתו ידבקו מטות בני ישראל
10 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
כאשר צוה יהוה את משה כן עשו בנות צלפחד
11 ଅର୍ଥାତ୍‍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
ותהיינה מחלה תרצה וחגלה ומלכה ונעה--בנות צלפחד לבני דדיהן לנשים
12 ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
ממשפחת בני מנשה בן יוסף היו לנשים ותהי נחלתן על מטה משפחת אביהן
13 ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।
אלה המצות והמשפטים אשר צוה יהוה ביד משה--אל בני ישראל בערבת מואב על ירדן ירחו

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 36 >