< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 4 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
And the Lord said to Moses and Aaron,
2 “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,
Let the sons of Kohath, from among the sons of Levi, be numbered by their families, in the order of their fathers' houses;
3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
All those from thirty to fifty years old who are able to do the work of the Tent of meeting.
4 ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
And this is to be the work of the sons of Kohath in connection with the most holy things.
5 ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
When all the people go forward, Aaron is to go in with his sons, and take down the veil of the curtain, covering the ark of witness with it;
6 ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
And putting over it the leather cover and over that a blue cloth; and putting its rods in place.
7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
And on the table of the holy bread they are to put a blue cloth, and on it all the vessels, the spoons and the basins and the cups; and the holy bread with them;
8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
And over them they are to put a red cloth, covering it with a leather cover, and putting its rods in their places.
9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
And they are to take a blue cloth, covering with it the light-support with its lights and its instruments and its trays and all the oil vessels which are used for it:
10 ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
All these they are to put in a leather cover, and put it on the frame.
11 ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
On the gold altar they are to put a blue cloth, covering it with a leather cover; and they are to put its rods in their places.
12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
All the vessels which are used in the holy place they are to put in a blue cloth, covering them with a leather cover, and put them on the frame.
13 ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
And they are to take away the burned waste from the altar, and put a purple cloth on it;
14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
Placing on the cloth all its vessels, the fire-baskets, the meat-hooks, the spades, and the basins; all the vessels of the altar; they are to put a leather cover over all these, and put its rods in their places.
15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
And after the holy place and all its vessels have been covered up by Aaron and his sons, when the tents of the people go forward, the sons of Kohath are to come and take it up; but the holy things may not be touched by them for fear of death.
16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
And Eleazar, the son of Aaron the priest, is to be responsible for the oil for the light, and the sweet perfumes for burning, and the regular meal offering, and the holy oil; the House and the holy place and everything in it will be in his care.
17 ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
And the Lord said to Moses and Aaron,
18 “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!
Do not let the family of the Kohathites be cut off from among the Levites;
19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
But do this to them, so that life and not death may be theirs when they come near the most holy things; let Aaron and his sons go in and give to every one his work and that which he is to take up;
20 ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
But they themselves are not to go in to see the holy place, even for a minute, for fear of death.
21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
And the Lord said to Moses,
22 “ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
Let the sons of Gershon be numbered by families, in the order of their fathers' houses;
23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
All those from thirty to fifty years old who are able to do the work of the Tent of meeting.
24 ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
This is to be the work of the Gershonites, the things they are to do and take up.
25 ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
They are to take up the curtains of the House, and the Tent of meeting with its cover and the leather cover over it, and the hangings for the door of the Tent of meeting;
26 ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
And the hangings for the open space round the House and the altar, and the curtain for its doorway, with the cords and all the things used for them; whatever is necessary for these, they are to do.
27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
From the mouth of Aaron and his sons the Gershonites will have word about all the things they are to do and take up; you are to give them their orders.
28 ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
This is the work of the family of the Gershonites in the Tent of meeting, and they will be under the direction of Ithamar, the son of Aaron the priest.
29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।
The sons of Merari are to be numbered by families, in the order of their fathers' houses;
30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
Every one from thirty to fifty years old who is able to do the work of the Tent of meeting.
31 ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
And this is their part in the work of the Tent of meeting: the transport of the boards and the rods of the Tent, with the pillars and their bases;
32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
And the pillars of the open space outside it, with their bases and their nails and cords and all the instruments used, and everything which has to be done there; all the instruments for which they are responsible are to be numbered by name.
33 ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
This is the work which the sons of Merari are to do in connection with the Tent of meeting, under the direction of Ithamar, the son of Aaron the priest.
34 ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
So Moses and Aaron and the chiefs of the people took in hand the numbering of the sons of the Kohathites, by families, in the order of their fathers' houses;
35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
Numbering all those from thirty to fifty years old who were able to do the work in the Tent of meeting;
36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
And the number of all these was two thousand, seven hundred and fifty.
37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
This is the number of those of the Kohathites who did the work in the Tent of meeting, as they were numbered by Moses and Aaron at the order of the Lord.
38 ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
And those of the sons of Gershon who were numbered by families,
39 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
All those from thirty to fifty years old who were able to do the work in the Tent of meeting,
40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
Who were numbered by families in the order of their fathers' houses, were two thousand, six hundred and thirty.
41 ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
This is the number of the sons of Gershon who did the work in the Tent of meeting, as they were numbered by Moses and Aaron at the order of the Lord.
42 ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
And those of the sons of Merari who were numbered by families, in the order of their fathers' houses,
43 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
All those from thirty to fifty years old who did the work in the Tent of meeting,
44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
Who were numbered by families, were three thousand, two hundred.
45 ଏମାନେ ମରାରି-ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
This is the number of the sons of Merari, numbered by Moses and Aaron at the order of the Lord.
46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
And all the Levites who were numbered by Moses and Aaron and the chiefs of the people, by families, in the order of their fathers' houses,
47 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
Those from thirty to fifty years old who were able to do the work of the Tent of meeting and of its transport,
48 ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
Came to eight thousand, five hundred and eighty.
49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।
At the order of the Lord they were numbered by Moses, every one in relation to his work and to his part in the transport; so they were numbered by Moses at the order of the Lord.

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 4 >