< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 6 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
耶和华对摩西说:
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,
“你晓谕以色列人说:无论男女许了特别的愿,就是拿细耳人的愿,要离俗归耶和华。
3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
他就要远离清酒浓酒,也不可喝什么清酒浓酒做的醋;不可喝什么葡萄汁,也不可吃鲜葡萄和干葡萄。
4 ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
在一切离俗的日子,凡葡萄树上结的,自核至皮所做的物,都不可吃。
5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
“在他一切许愿离俗的日子,不可用剃头刀剃头,要由发绺长长了。他要圣洁,直到离俗归耶和华的日子满了。
6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।
在他离俗归耶和华的一切日子,不可挨近死尸。
7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
他的父母或是弟兄姊妹死了的时候,他不可因他们使自己不洁净,因为那离俗归 神的凭据是在他头上。
8 ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
在他一切离俗的日子是归耶和华为圣。
9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
“若在他旁边忽然有人死了,以致沾染了他离俗的头,他要在第七日,得洁净的时候,剃头。
10 ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।
第八日,他要把两只斑鸠或两只雏鸽带到会幕门口,交给祭司。
11 ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।
祭司要献一只作赎罪祭,一只作燔祭,为他赎那因死尸而有的罪,并要当日使他的头成为圣洁。
12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।
他要另选离俗归耶和华的日子,又要牵一只一岁的公羊羔来作赎愆祭;但先前的日子要归徒然,因为他在离俗之间被玷污了。
13 ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
“拿细耳人满了离俗的日子乃有这条例:人要领他到会幕门口,
14 ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
他要将供物奉给耶和华,就是一只没有残疾、一岁的公羊羔作燔祭,一只没有残疾、一岁的母羊羔作赎罪祭,和一只没有残疾的公绵羊作平安祭,
15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
并一筐子无酵调油的细面饼,与抹油的无酵薄饼,并同献的素祭和奠祭。
16 ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।
祭司要在耶和华面前献那人的赎罪祭和燔祭;
17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
也要把那只公羊和那筐无酵饼献给耶和华作平安祭,又要将同献的素祭和奠祭献上。
18 ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
拿细耳人要在会幕门口剃离俗的头,把离俗头上的发放在平安祭下的火上。
19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।
他剃了以后,祭司就要取那已煮的公羊一条前腿,又从筐子里取一个无酵饼和一个无酵薄饼,都放在他手上。
20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।
祭司要拿这些作为摇祭,在耶和华面前摇一摇;这与所摇的胸、所举的腿同为圣物,归给祭司。然后拿细耳人可以喝酒。
21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।”
“许愿的拿细耳人为离俗所献的供物,和他以外所能得的献给耶和华,就有这条例。他怎样许愿就当照离俗的条例行。”
22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
耶和华晓谕摩西说:
23 “ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ‘ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
“你告诉亚伦和他儿子说:你们要这样为以色列人祝福,说:
24 ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
‘愿耶和华赐福给你,保护你。
25 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
愿耶和华使他的脸光照你,赐恩给你。
26 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”
愿耶和华向你仰脸,赐你平安。’
27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।
他们要如此奉我的名为以色列人祝福;我也要赐福给他们。”