< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 8 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Then the LORD said to Moses,
2 “ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’”
“Speak to Aaron and tell him: ‘When you set up the seven lamps, they are to light the area in front of the lampstand.’”
3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।
And Aaron did so; he set up the lamps facing toward the front of the lampstand, just as the LORD had commanded Moses.
4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
This is how the lampstand was constructed: it was made of hammered gold from its base to its blossoms, fashioned according to the pattern the LORD had shown Moses.
5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Again the LORD spoke to Moses, saying,
6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।
“Take the Levites from among the Israelites and make them ceremonially clean.
7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
This is what you must do to cleanse them: Sprinkle them with the water of purification. Have them shave their whole bodies and wash their clothes, and so purify themselves.
8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।
Then have them take a young bull with its grain offering of fine flour mixed with oil, and you are to take a second young bull for a sin offering.
9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
Bring the Levites before the Tent of Meeting and assemble the whole congregation of Israel.
10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।
You are to present the Levites before the LORD and have the Israelites lay their hands upon them.
11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
Aaron is to present the Levites before the LORD as a wave offering from the sons of Israel, so that they may perform the service of the LORD.
12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
And the Levites are to lay their hands on the heads of the bulls, and offer to the LORD one as a sin offering and the other as a burnt offering, to make atonement for the Levites.
13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
You are to have the Levites stand before Aaron and his sons and then present them before the LORD as a wave offering.
14 ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।
In this way you shall separate the Levites from the rest of the Israelites, and the Levites will belong to Me.
15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
After you have cleansed them and presented them as a wave offering, they may come to serve at the Tent of Meeting.
16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
For the Levites have been wholly given to Me from among the sons of Israel. I have taken them for Myself in place of all who come first from the womb, the firstborn of all the sons of Israel.
17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।
For every firstborn male in Israel is Mine, both man and beast. I set them apart for Myself on the day I struck down all the firstborn in the land of Egypt.
18 ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
But I have taken the Levites in place of all the firstborn among the sons of Israel.
19 ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”
And I have given the Levites as a gift to Aaron and his sons from among the Israelites, to perform the service for the Israelites at the Tent of Meeting and to make atonement on their behalf, so that no plague will come against the Israelites when they approach the sanctuary.”
20 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।
So Moses, Aaron, and the whole congregation of Israel did with the Levites everything that the LORD had commanded Moses they should do.
21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
The Levites purified themselves and washed their clothes, and Aaron presented them as a wave offering before the LORD. Aaron also made atonement for them to cleanse them.
22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
After that, the Levites came to perform their service at the Tent of Meeting in the presence of Aaron and his sons. Thus they did with the Levites just as the LORD had commanded Moses.
23 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
And the LORD said to Moses,
24 “ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।
“This applies to the Levites: Men twenty-five years of age or older shall enter to perform the service in the work at the Tent of Meeting.
25 ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
But at the age of fifty, they must retire from performing the work and no longer serve.
26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”
After that, they may assist their brothers in fulfilling their duties at the Tent of Meeting, but they themselves are not to do the work. This is how you are to assign responsibilities to the Levites.”

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 8 >