< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1 >
1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
၁ဣသရေလအမျိုးသားတို့သည်အီဂျစ်ပြည်မှထွက်လာပြီးနောက် ဒုတိယနှစ်၊ ဒုတိယလ၊ ပထမနေ့ရက်တွင်ထာဝရဘုရားသည် သိနာတောကန္တာရရှိစံတော်မူရာတဲတော်၌မောရှေအားအောက်ပါအတိုင်းမိန့်တော်မူ၏။-
2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।
၂``သင်နှင့်အာရုန်သည်ဣသရေလအမျိုးသားတို့၏သန်းခေါင်စာရင်းကို သားချင်းစုနှင့်မိသားစုအလိုက်ကောက်ယူရမည်။ စစ်မှုထမ်းနိုင်သူအသက်နှစ်ဆယ်နှင့်အထက်အရွယ်ရှိ အမျိုးသားအားလုံး၏နာမည်စာရင်းကိုကောက်ယူလော့။-
3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
၃
4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
၄အနွယ်တစ်နွယ်စီမှသားချင်းစုအကြီးအကဲတစ်ဦးကို သင်တို့အားကူညီစေလော့'' ဟုမိန့်တော်မူ၏။-
5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର।
၅သင်တို့နှင့်အတူကူညီ၍ အမှုကိုဆောင်ရသောသူဟူမူကား၊ အနွယ် သားချင်းစုအကြီးအကဲ ရုဗင် ရှေဒုရ၏သားဧလိဇုရ ရှိမောင် ဇုရိရှဒ္ဒဲ၏သားရှေလုမျေလ ယုဒ အမိနဒပ်၏သားနာရှုန် ဣသခါ ဇုအာ၏သားနာသနေလ ဇာဗုလုန် ဟေလုန်၏သားဧလျာဘ ဧဖရိမ် အမိဟုဒ်၏သားဧလိရှမာ မနာရှေ ပေဒါဇုရ၏သားဂါမလျေလ ဗင်္ယာမိန် ဂိဒေါနိ၏သားအဘိဒန် ဒန် အမိရှဒ္ဒဲ၏သားအဟေဇာ အာရှာ သြကရန်၏သားပါဂျေလ ဂဒ် ဒွေလ၏သားဧလျာသပ် နဿလိ ဧနန်၏သားအဟိရ
6 ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
၆
7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ
၇
8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
၈
9 ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍
၉
10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
၁၀
11 ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।
၁၁
12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
၁၂
13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
၁၃
14 ଗାଦ୍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍।
၁၄
15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।”
၁၅
16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
၁၆
17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
၁၇မောရှေနှင့်အာရုန်တို့သည် ထိုအမျိုးသားခေါင်းဆောင်တို့၏အကူအညီဖြင့်၊-
18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
၁၈ဒုတိယလ၊ ပထမနေ့ရက်တွင်ဣသရေလအမျိုးသားအားလုံးကိုစုရုံးလာစေ၍ သားချင်းစုနှင့်မိသားစုအလိုက်စာရင်းကောက်ယူလေသည်။ ထာဝရဘုရားမိန့်တော်မူသည့်အတိုင်းအသက်နှစ်ဆယ်နှင့်အထက်အရွယ်ရှိသောအမျိုးသားအားလုံးတို့ကို စာရင်းကောက်၍မှတ်တမ်းတင်လေသည်။ မောရှေသည်သိနာတောကန္တာရထဲတွင်လူများကိုစာရင်းကောက်ယူခဲ့၏။-
19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
၁၉
20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၂၀ယာကုပ်၏သားဦးဖြစ်သူရုဗင်၏အနွယ်မှအစပြု၍ စစ်မှုထမ်းနိုင်သူအသက်နှစ်ဆယ်နှင့်အထက်အရွယ်ရှိအမျိုးသားအားလုံးတို့ကို သားချင်းစုနှင့်မိသားစုအလိုက်စာရင်းကောက်ယူလေ၏။ စုစုပေါင်းလူဦးရေစာရင်းမှာအောက်ပါအတိုင်းဖြစ်သည်။ အနွယ် ဦးရေ ရုဗင် ၄၆၅၀၀ ရှိမောင် ၅၉၃၀၀ ဂဒ် ၄၅၆၅၀ ယုဒ ၇၄၆၀၀ ဣသခါ ၅၄၄၀၀ ဇာဗုလုန် ၅၇၄၀၀ ဧဖရိမ် ၄၀၅၀၀ မနာရှေ ၃၂၂၀၀ ဗင်္ယာမိန် ၃၅၄၀၀ ဒန် ၆၂၇၀၀ အာရှာ ၄၁၅၀၀ နဿလိ ၅၃၄၀၀ စုစုပေါင်း ၆၀၃၅၅၀
21 ରୁବେନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
၂၁
22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;
၂၂
23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
၂၃
24 ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၂၄
25 ଗାଦ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
၂၅
26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၂၆
27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
၂၇
28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၂၈
29 ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
၂၉
30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၃၀
31 ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
၃၁
32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
၃၂
33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
၃၃
34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၃၄
35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
၃၅
36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
၃၆
37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।
၃၇
38 ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၃၈
39 ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
၃၉
40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
၄၀
41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
၄၁
42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
၄၂
43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
၄၃
44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
၄၄
45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
၄၅
46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
၄၆
47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।
၄၇လူဦးရေစာရင်းကောက်ယူရာတွင် လေဝိအနွယ်ဝင်တို့ကိုစာရင်းမကောက်ခဲ့ချေ။-
48 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
၄၈အဘယ်ကြောင့်ဆိုသော်ထာဝရဘုရားသည် မောရှေအား``သင်သည်စစ်မှုမထမ်းနိုင်သူဦးရေစာရင်းကိုမကောက်နှင့်။-
49 “ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
၄၉
50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
၅၀စစ်မှုထမ်းစေမည့်အစားကောက်ယူရာတွင်လေဝိအနွယ်ဝင်တို့ကို ငါစံတော်မူရာတဲတော်နှင့်တဲတော်ပစ္စည်းများကိုထိန်းသိမ်းစေလော့။ သူတို့သည်တဲတော်နှင့်တဲတော်ပစ္စည်းများကိုသယ်ဆောင်ရမည်။ သူတို့သည်တဲတော်တွင်အမှုတော်ကိုထမ်း၍တဲတော်ပတ်လည်တွင်စခန်းချနေထိုင်ရမည်။-
51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
၅၁သင်တို့သည်စခန်းပြောင်းရွှေ့သည့်အခါတိုင်းလေဝိအမျိုးသားတို့က တဲတော်ကိုသိမ်း၍စခန်းသစ်ချရာ၌တဲတော်ကိုပြန်ထူရမည်။ လေဝိအမျိုးသားတို့မှလွဲ၍ အခြားသူတစ်ဦးသည် တဲတော်အနီးသို့ချဉ်းကပ်လျှင် ထိုသူအားသေဒဏ်စီရင်ရမည်။-
52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
၅၂ဣသရေလအမျိုးသားတို့သည်စခန်းချသောအခါ မိမိတို့၏တပ်စုအလိုက်၊ အဖွဲ့အလိုက်၊ မိမိတို့၏အလံအနားမှာနေရာယူရမည်။-
53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”
၅၃တစ်စုံတစ်ယောက်သည်တဲတော်အနီးသို့ချဉ်းကပ်မိလျှင် ငါသည်အမျက်ထွက်၍တစ်မျိုးသားလုံးကိုဒဏ်ခတ်မည်ဖြစ်သည်။ သို့ဖြစ်၍လေဝိအနွယ်ဝင်တို့သည်တဲတော်ကိုစောင့်ကြပ်ရန်တဲတော်ပတ်လည်တွင်စခန်းချရမည်'' ဟုမိန့်တော်မူ၏။-
54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
၅၄ထာဝရဘုရားသည်မောရှေအားအမိန့်ပေးတော်မူသည့်အတိုင်း ဣသရေလအမျိုးသားတို့သည်လိုက်နာဆောင်ရွက်ကြ၏။