< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1 >
1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
Bwana alisema na Mose katika Jangwa la Sinai, katika Hema la Kukutania, siku ya kwanza ya mwezi wa pili, katika mwaka wa pili baada ya Waisraeli kutoka nchi ya Misri. Akamwambia,
2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।
“Hesabu watu wa jumuiya yote ya Waisraeli kwa kufuata koo zao na jamaa zao, ukiorodhesha kila mwanaume kwa jina lake, mmoja mmoja.
3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
Wewe na Aroni mtawahesabu kwa migawanyo yao wanaume wote katika Israeli wenye miaka ishirini na kuendelea ambao wanaweza kutumika katika jeshi.
4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
Mwanaume mmoja kutoka kila kabila, kila aliye kiongozi wa jamaa yake, atawasaidia.
5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର।
Haya ndiyo majina ya wanaume watakaowasaidia: “kutoka Reubeni, ni Elisuri mwana wa Shedeuri;
6 ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
kutoka Simeoni, ni Shelumieli mwana wa Surishadai;
7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ
kutoka Yuda, ni Nashoni mwana wa Aminadabu;
8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
kutoka Isakari, ni Nethaneli mwana wa Suari;
9 ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍
kutoka Zabuloni, ni Eliabu mwana wa Heloni;
10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
kutoka wana wa Yosefu: kutoka Efraimu, ni Elishama mwana wa Amihudi; kutoka Manase, ni Gamalieli mwana wa Pedasuri;
11 ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।
kutoka Benyamini, ni Abidani mwana wa Gideoni;
12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
kutoka Dani, ni Ahiezeri mwana wa Amishadai;
13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
kutoka Asheri, ni Pagieli mwana wa Okrani;
14 ଗାଦ୍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍।
kutoka Gadi, ni Eliasafu mwana wa Deueli;
15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।”
kutoka Naftali, ni Ahira mwana wa Enani.”
16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
Hawa walikuwa wanaume walioteuliwa kutoka jumuiya, viongozi wa makabila ya baba zao. Walikuwa wakuu wa koo za Israeli.
17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
Mose na Aroni wakawachukua wanaume hao waliokuwa wamepewa majina yao,
18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
wakaita jumuiya yote pamoja katika siku ya kwanza ya mwezi wa pili. Watu wakaonyesha nasaba zao kwa koo zao na jamaa zao, nao wanaume waliokuwa na miaka ishirini au zaidi waliorodheshwa kwa majina, mmoja mmoja,
19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
kama Bwana alivyomwagiza Mose. Hivyo aliwahesabu katika Jangwa la Sinai:
20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Reubeni, mzaliwa wa kwanza wa kiume wa Israeli: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, mmoja mmoja, kufuatana na kumbukumbu za koo zao na jamaa zao.
21 ରୁବେନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
Idadi kutoka kabila la Reubeni ilikuwa watu 46,500.
22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;
Kutoka wazao wa Simeoni: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi walihesabiwa na kuorodheshwa kwa majina, mmoja mmoja, kufuatana na kumbukumbu za koo zao na jamaa zao.
23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
Idadi kutoka kabila la Simeoni walikuwa watu 59,300.
24 ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Gadi: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
25 ଗାଦ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
Idadi kutoka kabila la Gadi walikuwa watu 45,650.
26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Yuda: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
Idadi kutoka kabila la Yuda walikuwa watu 74,600.
28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Isakari: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
29 ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
Idadi kutoka kabila la Isakari walikuwa watu 54,400.
30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Zabuloni: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
31 ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
Idadi kutoka kabila la Zabuloni walikuwa watu 57,400.
32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
Kutoka wana wa Yosefu: Kutoka wazao wa Efraimu: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
Idadi kutoka kabila la Efraimu walikuwa watu 40,500.
34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Manase: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
Idadi kutoka kabila la Manase walikuwa watu 32,200.
36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
Kutoka wazao wa Benyamini: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।
Idadi kutoka kabila la Benyamini walikuwa watu 35,400.
38 ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Dani: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
39 ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
Idadi kutoka kabila la Dani walikuwa watu 62,700.
40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Kutoka wazao wa Asheri: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
Idadi kutoka kabila la Asheri walikuwa watu 41,500.
42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
Kutoka wazao wa Naftali: Wanaume wote waliokuwa na miaka ishirini au zaidi ambao waliweza kutumika katika jeshi waliorodheshwa kwa majina, kufuatana na kumbukumbu za koo zao na jamaa zao.
43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
Idadi kutoka kabila la Naftali walikuwa watu 53,400.
44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
Hawa walikuwa wanaume waliohesabiwa na Mose, Aroni na viongozi kumi na wawili wa Israeli, kila mmoja akiwakilisha jamaa yake.
45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
Wanaume wote Waisraeli waliokuwa na miaka ishirini au zaidi ambao waliweza kutumika katika jeshi la Israeli walihesabiwa kufuatana na jamaa zao.
46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
Jumla ya hesabu yao ilikuwa watu 603,550.
47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।
Hata hivyo, jamaa ya kabila la Lawi hawakuhesabiwa pamoja na wengine.
48 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
Bwana alikuwa amemwambia Mose:
49 “ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
“Kamwe usihesabu kabila la Lawi wala kuwaweka pamoja katika hesabu ya Waisraeli wengine.
50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
Badala yake, waweke Walawi kuwa viongozi wa Maskani ya Ushuhuda, juu ya samani zake na kila kitu kilichomo ndani yake. Wao watabeba Maskani na samani zake zote; wataitunza na kupiga kambi kuizunguka.
51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
Wakati wowote Maskani inapohamishwa, Walawi wataifungua, na wakati wowote maskani inapotakiwa kusimamishwa, Walawi watafanya kazi hiyo. Mtu yeyote mwingine ambaye atasogea karibu nayo atauawa.
52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
Waisraeli watapiga mahema yao kwa makundi makundi, kila mwanaume katika kambi yake mwenyewe chini ya bendera yake.
53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”
Hata hivyo, Walawi watapiga mahema yao kuzunguka Maskani ya Ushuhuda ili ghadhabu isiipate jumuiya ya Waisraeli. Walawi watawajibika kwa utunzaji wa Maskani ya Ushuhuda.”
54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
Waisraeli walifanya yote haya sawasawa kama Bwana alivyomwamuru Mose.