< ଓବଦୀୟ 1 >
1 ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”
Утвара Авдијева. Овако вели Господ Господ за едомску: Чусмо глас од Господа, и гласник би послан к народима: Устајте, да устанемо на њу у бој.
2 ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ।
Гле, учинићу те малим међу народима, бићеш врло презрен.
3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, “ଆମ୍ଭକୁ ଭୂମିକୁ ଓହ୍ଲାଇ ଆଣିବ କିଏ?”
Понос срца твог превари те, тебе, који живиш у раселинама каменим, у високом стану свом, и говориш у срцу свом: Ко ће ме оборити на земљу?
4 ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା।
Да подигнеш високо као орао и међу звезде да метнеш гнездо своје, оданде ћу те оборити, говори Господ.
5 (ତୁମ୍ଭେ କିପରି ଉଚ୍ଛିନ୍ନ ହୋଇଅଛ!) ଯଦି ଚୋରମାନେ ତୁମ୍ଭ ନିକଟକୁ ଆସନ୍ତି, ଯଦି ଡକାୟତମାନେ ରାତ୍ରିରେ ଆସନ୍ତି, ଯଦି ସେମାନେ କି ଯଥେଷ୍ଟ ପାଇବା ପର୍ଯ୍ୟନ୍ତ ଚୋରି କରିବେ ନାହିଁ? ଯେବେ ଦ୍ରାକ୍ଷାଫଳ ସଞ୍ଚୟକାରୀମାନେ ତୁମ୍ଭ ନିକଟକୁ ଆସନ୍ତି, ତେବେ ସେମାନେ କି ଗୋଟାଇବା ପାଇଁ କିଛି ଦ୍ରାକ୍ଷାଫଳ ଛାଡ଼ିବେ ନାହିଁ?
Како си оплењен?! Да су дошли к теби крадљивци или лупежи ноћу, не би ли покрали колико им је доста? Да су дошли к теби берачи виноградски, не би ли оставили пабирака?
6 ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି!
Како се претражи Исав, како се нађоше потаје његове!
7 ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।
До границе те одведоше сви који беху с тобом у вери, преварише те и надвладаше те који беху у миру с тобом; који једу хлеб твој подметнуше ти замку, да се не опази.
8 ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?
У онај дан, говори Господ, нећу ли погубити мудре у земљи едемској и разумне у гори Исавовој?
9 ପୁଣି, ହେ ତୈମନ୍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍ବିଗ୍ନ ହେବେ।
И твоји ће се јунаци уплашити, Темане, да се истребе покољем сви из горе Исавове.
10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।
За насиље учињено брату твом Јакову покриће те стид и истребићеш се засвагда.
11 ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ।
Онај дан, кад ти стајаше насупрот; онај дан, кад иностранци одвођаху у ропство војску његову, и туђинци улажаху на врата његова и бацаху жреб за Јерусалим, беше и ти као који од њих.
12 ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଙ୍କଟ ଦିନରେ ଦର୍ପ କଥା କୁହ ନାହିଁ।
Али ти не требаше гледати дана брата свог, дана, кад се одвођаше у туђу земљу, нити се радовати синовима Јудиним у дан кад пропадаху, нити разваљивати уста у дан невоље њихове.
13 ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।
Не требаше ти ући на врата народа мог у дан погибли њихове, не требаше да и ти гледаш зло њихово у дан погибли њихове, ни да се дохваташ добра њихова у дан погибли њихове.
14 ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଙ୍କଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।
Нити требаше да станеш на распутицу да убијаш бежан њихову, нити да издајеш оних који осташе у дан невоље.
15 କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
Јер је дан Господњи близу свим народима: како си чинио, тако ће ти бити, плата ће ти се вратити на главу твоју.
16 କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।
Јер као што сте ви пили на светој гори мојој, тако ће пити сви народи вазда, пиће, и ждреће, и биће као да их није било.
17 ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।
А на гори ће Сиону бити спасење, и биће света, и дом ће Јаковљев наследити наследство своје.
18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
И дом ће Јаковљев бити огањ и дом Јосифов пламен, а дом Исавов стрњика; и разгореће се на њих, и спалиће их; и неће бити остатака дому Исавовом, јер Господ рече.
19 ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।
И наследиће југ, гору Исавову, и равницу, Филистеје; и наследиће поље Јефремово и поље самаријско и Венијаминово и Галад;
20 ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।
И заробљена војска синова Израиљевих наследиће шта је било хананејско до Сарепте; а робље јерусалимско, што је у Сефараду, наследиће јужне градове.
21 ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।
И избавитељи ће изаћи на гору Сион да суде гори Исавовој, и царство ће бити Господње.