< ଫିଲୀମୋନ 1 >
1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ,
Paulo, mfungwa wa Kristo Yesu, na ndugu Timotheo kwa Filemoni, mpendwa rafiki yetu na mtenda kazi pamoja nasi,
2 ପୁଣି, ଭଉଣୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ;
na kwa Afia dada yetu, na kwa Arkipas askari mwenzetu, na kwa kanisa lile linalokutana nyumbani kwako.
3 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Neema iwe kwenu na amani itokayo kwa Mungu Baba yetu na kwa Bwana Yesu Kristo.
4 ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ବିଷୟ ଶୁଣି
Wakati wote namshukuru Mungu. Ninakutaja katika maombi yangu.
5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
Nimesikia upendo na imani uliyonayo katika Bwana Yesu na kwa ajili ya waumini wote.
6 ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ।
Ninaomba kwamba ushirika wa imani yenu iwe na ufanisi katika ujuzi wa kila jambo jema lililoko kati yetu katika Kristo.
7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।
Kwa kuwa nimekuwa na furaha na faraja kwa sababu ya upendo wako, kwa sababu mioyo ya waumini imekuwa ikitulizwa nawe, ndugu.
8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
Kwa hiyo, ingawa nina ujasiri wote katika Kristo kukuamuru wewe kufanya kile unachoweza kufanya,
9 ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,
lakini kwa sababu ya upendo, badala yake nakusihi - mimi, Paulo niliye mzee, na sasa ni mfungwa kwa ajili ya Kristo Yesu.
10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
Ninakusihi kuhusu mwanangu Onesmo, niliyemzaa katika vifungo vyangu.
11 ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,
Kwa kuwa mwanzoni hakukufaa, lakini sasa anakufaa wewe na mimi.
12 ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।
Nimemtuma- yeye ambaye ni wa moyo wangu hasa - kurudi kwako.
13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
Nataraji angeendelea kubaki pamoja nami, ili anitumikie badala yako, wakati niwako kifungoni kwa ajili ya injili.
14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।
Lakini sikutaka kufanya jambo lolote bila ruhusa yako. Nilifanya hivi ili kwamba jambo lolote zuri lisifanyike kwa sababu nilikulazimisha, bali kwa sababu ulipenda mwenyewe kulitenda.
15 କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; (aiōnios )
Labda ni sababu alitengwa nawe kwa muda, ilikuwa hivyo ili uwe pamoja naye milele. (aiōnios )
16 ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।
Ili kwamba asiwe tena mtumwa, bali bora zaidi ya mtumwa, kama ndugu mpendwa, hasa kwangu, na zaidi sana kwako, katika mwili na katika Bwana.
17 ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର।
Na hivyo kama wanichukulia mimi mshirika, mpokee kama ambavyo ungenipokea mimi.
18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ କିମ୍ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖିରଖ;
Lakini kama amekukosea jambo lolote, au unamdai kitu chochote, kidai hicho kutoka kwangu.
19 ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।
Mimi Paulo, ninaandika kwa mkono wangu mwenyewe: mimi nitakulipa. Sisemi kwako kwamba nakudai maisha yako hasa.
20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।
Naam ndugu, acha nipate furaha ya Bwana toka kwako: uburudishe moyo wangu katika Kristo.
21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼ ଠାରୁ ଅଧିକ ମଧ୍ୟ କରିବ।
Nikiwa na imani kuhusu utii wako, nakuandikia nikijua kwamba utafanya hata zaidi ya vile ninavyokuomba.
22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।
Wakati huo huo andaa chumba cha wageni kwa ajili yangu, kwa kuwa ninatumaini kupitia maombi yako nitakutembelea hivi karibuni.
23 ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା
Epafra, mfungwa mwenzangu katika Kristo Yesu anakusalimu,
24 ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
na kama afanyavyo Marko, Aristarko, Dema, Luka, watendakazi pamoja nami.
25 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।
Neema ya Bwana Yesu Kristo iwe pamoja na roho yako. Amina.