< ଫିଲିପ୍ପୀୟ 3 >

1 ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।
Au reste, mes frères, réjouissez-vous dans le Seigneur: vous écrire les mêmes choses n’est pas pénible pour moi, et c’est votre sûreté.
2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
Prenez garde aux chiens, prenez garde aux mauvais ouvriers, prenez garde à la concision;
3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
car nous sommes la circoncision, nous qui rendons culte par l’Esprit de Dieu, et qui nous glorifions dans le christ Jésus, et qui n’avons pas confiance en la chair:
4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
bien que moi, j’aie [de quoi avoir] confiance même dans la chair. Si quelque autre s’imagine [pouvoir] se confier en la chair, moi davantage:
5 ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
[moi] circoncis le huitième jour, de la race d’Israël, de la tribu de Benjamin, Hébreu des Hébreux; quant à la loi, pharisien;
6 ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
quant au zèle, persécutant l’assemblée; quant à la justice qui est par [la] loi, étant sans reproche.
7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।
Mais les choses qui pour moi étaient un gain, je les ai regardées, à cause du Christ, comme une perte.
8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
Et je regarde même aussi toutes choses comme étant une perte, à cause de l’excellence de la connaissance du christ Jésus, mon Seigneur, à cause duquel j’ai fait la perte de toutes et je les estime comme des ordures, afin que je gagne Christ,
9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
et que je sois trouvé en lui, n’ayant pas ma justice qui est de [la] loi, mais celle qui est par [la] foi en Christ, la justice qui est de Dieu, moyennant la foi;
10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
pour le connaître, lui, et la puissance de sa résurrection, et la communion de ses souffrances, étant rendu conforme à sa mort,
11 ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।
si en quelque manière que ce soit je puis parvenir à la résurrection d’entre les morts.
12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
Non que j’aie déjà reçu [le prix] ou que je sois déjà parvenu à la perfection; mais je poursuis, cherchant à le saisir, vu aussi que j’ai été saisi par le Christ.
13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
Frères, pour moi, je ne pense pas moi-même l’avoir saisi; mais [je fais] une chose: oubliant les choses qui sont derrière et tendant avec effort vers celles qui sont devant,
14 ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।
je cours droit au but pour le prix de l’appel céleste de Dieu dans le christ Jésus.
15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
Nous tous donc qui sommes parfaits, ayons ce sentiment; et si en quelque chose vous avez un autre sentiment, cela aussi Dieu vous le révélera;
16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
cependant, dans les choses auxquelles nous sommes parvenus, marchons dans le même [sentier ].
17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।
Soyez tous ensemble mes imitateurs, frères, et portez vos regards sur ceux qui marchent ainsi suivant le modèle que vous avez en nous.
18 କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Car plusieurs marchent, dont je vous ai dit souvent et dont maintenant je le dis même en pleurant, qu’ils sont ennemis de la croix du Christ,
19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
dont la fin est la perdition, dont le dieu est le ventre et dont la gloire est dans leur honte, qui ont leurs pensées aux choses terrestres.
20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
Car notre bourgeoisie est dans les cieux, d’où aussi nous attendons le Seigneur Jésus Christ [comme] Sauveur,
21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
qui transformera le corps de notre abaissement en la conformité du corps de sa gloire, selon l’opération de ce pouvoir qu’il a de s’assujettir même toutes choses.

< ଫିଲିପ୍ପୀୟ 3 >