< ଫିଲିପ୍ପୀୟ 4 >

1 ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
Tsono abale anga, ndimakukondani ndipo ndikukulakalakani. Ndinu chimwemwe changa ndi chipewa cha ulemerero wanga. Abwenzi okondedwa, chilimikani choncho mwa Ambuye.
2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
Ndikudandaulira Euodiya ndi Suntuke kuti akhale ndi mtima umodzi mwa Ambuye.
3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
Inde, ndikupempha iwe mnzanga pa ntchitoyi, thandiza amayiwa amene ndagwira nawo ntchito ya Uthenga Wabwino pamodzi ndi Klementonso ndi ena onse antchito anzanga amene mayina awo ali mʼbuku lamoyo.
4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Nthawi zonse muzikondwa mwa Ambuye. Ndikubwerezanso; muzikondwa!
5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
Kufatsa kwanu kuzioneka pamaso pa anthu onse. Ambuye anu ali pafupi.
6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
Musade nkhawa ndi kanthu kalikonse, koma pa china chilichonse, mwa pemphero ndi chidandaulo pamodzi ndi chiyamiko, perekani zopempha zanu kwa Mulungu.
7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Ndipo mtendere wa Mulungu, umene upambana nzeru zonse udzasunga bwino mitima yanu ndi maganizo anu mwa Khristu Yesu.
8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
Potsiriza, abale, muziyika mtima wanu pa zinthu zilizonse zabwino ndi zotamandika monga, zinthu zoona, zinthu zolemekezeka, zinthu zolungama, zinthu zoyera, zinthu zokongola ndi zinthu zosiririka.
9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Muzichita chilichonse chimene mwaphunzira kapena kulandira kapena kumva kuchokera kwa ine kapena mwaona mwa ine. Ndipo Mulungu wamtendere adzakhala nanu.
10 ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
Ndikukondwa kwambiri mwa Ambuye kuti patapita nthawi tsopano mwayambanso kuonetsa kuti mumandiganizira. Zoonadi, mwakhala mukundikumbukira, koma munalibe mpata woti muonetsere zimenezi.
11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
Sindikunena izi chifukwa choti ndikusowa thandizo, poti ine ndaphunzira kukhala wokwaniritsidwa ndi zimene ndili nazo.
12 ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
Ndimadziwa kusauka nʼkutani, ndipo ndimadziwa kulemera nʼkutani. Ndaphunzira chinsinsi chokhala wokhutitsidwa mwa njira ina iliyonse, kaya nʼkudya bwino kapena kukhala ndi njala, kaya kukhala ndi chuma kapena umphawi.
13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
Ndikhoza kuchita zonse kudzera mwa Iye amene amandipatsa mphamvu.
14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।
Komatu munachita bwino kundithandiza mʼmavuto anga.
15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
Ndipo inu Afilipi mukudziwa kuti masiku oyambirira olalikira Uthenga Wabwino, nditachoka ku Makedoniya, panalibe mpingo ndi umodzi omwe umene unagwirizana nane pa nkhani yopereka ndi kulandira, kupatula inu.
16 କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
Pakuti ngakhale pamene ndinali ku Tesalonika, munanditumizira kangapo zondithandiza pa zosowa zanga.
17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
Osati ndikufuna mphatso zanu, koma ndikufuna kuti pa zimene muli nazo pawonjezerekepo phindu.
18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Ndalandira zonse ndipo ndili nazo zokwanira zoposa zosowa zanga popeza ndalandira kwa Epafrodito mphatso zochuluka zimene munatumiza. Ndizo zopereka za fungo labwino, nsembe zolandiridwa zokondweretsa Mulungu.
19 ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
Ndipo Mulungu wanga adzakwaniritsa zosowa zanu monga mwa chuma chake chaulemerero mwa Khristu Yesu.
20 ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍। (aiōn g165)
Kwa Mulungu ndi Atate athu, kukhale ulemerero mpaka muyaya. Ameni. (aiōn g165)
21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Perekani moni kwa oyera mtima onse mwa Khristu Yesu. Abale amene ali ndi ine akupereka moni wawo.
22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Oyera mtima onse akupereka moni, makamaka iwo a ku nyumba ya Kaisara.
23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।
Chisomo cha Ambuye Yesu Khristu chikhale ndi mzimu wanu. Ameni.

< ଫିଲିପ୍ପୀୟ 4 >