< ଫିଲିପ୍ପୀୟ 4 >

1 ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
Tial, miaj fratoj amataj kaj alsopirataj, mia ĝojo kaj mia krono, tiel staru fortike en la Sinjoro, miaj amataj.
2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
Mi admonas Eŭodian, kaj mi admonas Sintiĥen, ke ili estu unuanimaj en la Sinjoro.
3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
Kaj mi petegas vin ankaŭ, sincera kunjugulo, helpu tiujn virinojn, ĉar ili kunlaboris kun mi en la evangelio, kune kun Klemento kaj miaj ceteraj kunlaborantoj, kies nomoj estas en la libro de vivo.
4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Ĝoju en la Sinjoro ĉiam; denove mi diros: Ĝoju.
5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
Via mildeco estu konata al ĉiuj. La Sinjoro estas proksima.
6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
Pri nenio trozorgu; sed pri ĉio, per preĝo kaj peto kun dankesprimo, viaj deziroj sciiĝu al Dio.
7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Kaj la paco de Dio, kiu superas ĉian intelekton, gardos viajn korojn kaj pensojn en Kristo Jesuo.
8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
Fine, fratoj, kio ajn estas vera, kio ajn honesta, kio ajn justa, kio ajn ĉasta, kio ajn ŝatinda, kio ajn bonfama; se estas ia virto, se estas ia laŭdo, tion pripensu.
9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Kion vi lernis kaj ricevis kaj aŭdis kaj vidis en mi, tion faru; kaj la Dio de paco estos kun vi.
10 ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
Sed mi forte ĝojas en la Sinjoro, ke vi jam nun revivigis vian zorgon pri mi; vi ja estis zorgemaj, sed mankis al vi oportuna tempo.
11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
Tamen mi ne parolas rilate bezonon; ĉar mi lernis, en kia ajn stato mi estas, en tio esti kontenta.
12 ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
Mi scias humiliĝi, kaj mi scias ankaŭ esti en abundeco; ĉie kaj ĉiel mi lernis la sekreton pleniĝi kaj malsati, havi abundon kaj havi mankon.
13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
Mi ĉion povas fari en tiu, kiu min fortikigas.
14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।
Tamen vi bone agis, partoprenante kun mi en mia suferado.
15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
Kaj vi mem, Filipianoj, ankaŭ scias, ke en la komenco de la evangelio, kiam mi foriris el Makedonujo, neniu eklezio komunikiĝis kun mi rilate donadon kaj ricevadon, krom vi solaj;
16 କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
ĉar eĉ en Tesaloniko vi pli ol unufoje sendis ion por mia bezono.
17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
Mi ne deziras la donacon; sed mi deziras la frukton, kiu plimultiĝos por via profito.
18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Sed mi havas ĉion, kaj estas en abundeco; mi jam pleniĝis, ricevinte per Epafrodito vian senditaĵon, agrablan odoraĵon, oferon akceptindan, kiu plaĉas al Dio.
19 ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
Kaj mia Dio satigos ĉian vian bezonon, laŭ Sia riĉo en gloro en Kristo Jesuo.
20 ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍। (aiōn g165)
Nun al nia Dio kaj Patro estu gloro por ĉiam kaj eterne. Amen. (aiōn g165)
21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Salutu ĉiun sanktulon en Kristo Jesuo. La fratoj, kiuj estas kun mi, vin salutas.
22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Ĉiuj sanktuloj vin salutas, precipe tiuj, kiuj estas el la domanaro de Cezaro.
23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।
La graco de la Sinjoro Jesuo Kristo estu kun via spirito.

< ଫିଲିପ୍ପୀୟ 4 >