< ଫିଲିପ୍ପୀୟ 1 >
1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;
Paulo na Timotheo atumwa ba yesu kristo, kwabalo babatengwile katika kristo baba tana filipi, pamope na babaangalia na mashemasi.
2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Neema naibile kwinu na amani ya ibaka kwa nnongo tatebitu na nngwana witu yesu kristo.
3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
nimshukuru nnongo kila panin kombokya mwenga mwabote.
4 ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
Mara yote katika kila loba kwanga kwaajili yinu mwenga mwabote. Nenda pulaikaga panimobyaga.
5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
Ninashukrani yambone kwa sababu ya ushirika winu katika injili tango masobagakwanza mpaka leno.
6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
Nina hakika kwamba hwembe hwatumbulisha kazi njema nkatiyinu ayendelwa kwikamilisha mpaka lisoba la nngana yesu kristo.
7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
Ni sawa kwango kwisikiavyo juu yinu mwanga mwa bote kwasababu nimekie pamoja wango. mana mwenga mubile mwaashirika ayango latika neema katika kwitaba kwango na utetezi na uthibitishaji wango wa injili.
8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।
Nn”ungo nishahidi wango, jinsi mwamibile nashauku juu yinu mwabote katika undani wapendo la kristo yesu.
9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
Naniloba kwamba; upendo winu uyongekeye zaidi katika marifa na ufaham wote.
10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
Niloba kaajili ya neno ilimabe nawezo walengana saw, namambo gagabile bora sana. kae nenda kanobya ili besafi pasipo bantia yoyote katika lisoba kristo.
11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Nakae ili mutweleewe nalitunda lahaki lipatikanelo. katika yesu kristo, kwautukufu na sifa ya nnongo.
12 ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
Sasa mwalongo bango, mbala ntange kuwa mamo gagapitike kwango gaipangite injili iyendeli sana.
13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
Ndio maana kwitabu kwinu katika kristo, itanganikwe kwa alizi baikulu yote na kwakila mundu kae.
14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
Naa longo bababile kaika nngwana, kwasbabu ya kwitaba kwango, batishawishika nathubutu kulihubiri neno pasipo hofu
15 କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
baadhi kweli hala kumtanga kristo kwa fitina naugovi, na kae benge kwania njema.
16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
Balo babalangaza kristo kwa upendo batangite mbekilwe pano kwaajili ya utetezi wainjili.
17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।
Bali bonge matangaza kristo kwa ubinafsi na kwa nia mbaya. pagani kwasababisha matatizo kwango katika minyororo yango.
18 ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।
Kwanyo? mjalili, aidha nijalili ndela hibile kwa hila au kakweli, kristo ondatangazwa na katika leno nanda palaikya! ndiyo nenenda palaika.
19 କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
Kwa kwaa ndikite leno laleba yugolekwa kwango. Jambo lino huapita kwasababu ya malobo binu na msaada wa roho hua krsisto.
20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
Lengana na matarajilo gango gawakika nagakweli ni kwamba nibonali oni. Badala yake kwaujqsiri wote kati ambavyo mosabagoli na sasa ndarajila kuwa kristo apala kakatuliwa katika yoga yango, manaibile katika ukoto au katika kiwo.
21 କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
Kwa maana kwango, nenga lamanikistro na waa nifaida.
22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।
Lakini maa natana katika yoga mboleke litnda katika kazi ya mnongo, kwanyo ndititelii lyako lyakulisawa.
23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
Maana nenda yaleka yega napanga panope na kristo, kilebe ambaso chathamani munomuno.
24 ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
Ingawa igala kwayega yono nijambo la muhimu muna kwaajili yinu.
25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
Kwa kuwa nible nauakika juu yaleno, nitengite naigala nanayendelya baapamipe namwenga mwbote, kwaajili yamaendeleo na furaha ya imani yhinu.
26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
Nal ino lipaleta furaha yhinu ngolo katika kristo yesu, kwasababu bakwango panope na mwenga.
27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Mpalikwa mahishi maisha ginu katika mwenendo. Mzuri wamipasa injili ya kristo. mpangenyo ilipanaisa kwinu la au mana ninaisali, niyowe nyemeliko imara katika roho jlmo, mwendashinia, imani ya injili kwa panope.
28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;
nakamantishike nakilebe sosote sakipangilwe na madai ginu. yheno kwabe mishara ya ualibifu. bali kwinu nilishara ya wokovu bokya kwanaongo.
29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
kwamana mwenga mutipeyeliwa kwaajil ya kristo, nimwanilelibai bali nateseka kai katika yhwembe.
30 ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।
kwamaa mwina mgogoro wolywolya katika wamubenwikwango namwanda yowa kwamba nibilenao hata mbiya mbeno.