< ହିତୋପଦେଶ 11 >

1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
诡诈的天平为耶和华所憎恶; 公平的法码为他所喜悦。
2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
骄傲来,羞耻也来; 谦逊人却有智慧。
3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
正直人的纯正必引导自己; 奸诈人的乖僻必毁灭自己。
4 ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
发怒的日子资财无益; 惟有公义能救人脱离死亡。
5 ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।
完全人的义必指引他的路; 但恶人必因自己的恶跌倒。
6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
正直人的义必拯救自己; 奸诈人必陷在自己的罪孽中。
7 ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
恶人一死,他的指望必灭绝; 罪人的盼望也必灭没。
8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।
义人得脱离患难, 有恶人来代替他。
9 ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
不虔敬的人用口败坏邻舍; 义人却因知识得救。
10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
义人享福,合城喜乐; 恶人灭亡,人都欢呼。
11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
城因正直人祝福便高举, 却因邪恶人的口就倾覆。
12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
藐视邻舍的,毫无智慧; 明哲人却静默不言。
13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
往来传舌的,泄漏密事; 心中诚实的,遮隐事情。
14 ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
无智谋,民就败落; 谋士多,人便安居。
15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
为外人作保的,必受亏损; 恨恶击掌的,却得安稳。
16 ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
恩德的妇女得尊荣; 强暴的男子得资财。
17 ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
仁慈的人善待自己; 残忍的人扰害己身。
18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
恶人经营,得虚浮的工价; 撒义种的,得实在的果效。
19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
恒心为义的,必得生命; 追求邪恶的,必致死亡。
20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
心中乖僻的,为耶和华所憎恶; 行事完全的,为他所喜悦。
21 ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷାପ୍ରାପ୍ତ ହେବେ।
恶人虽然连手,必不免受罚; 义人的后裔必得拯救。
22 ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
妇女美貌而无见识, 如同金环带在猪鼻上。
23 ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
义人的心愿尽得好处; 恶人的指望致干忿怒。
24 କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
有施散的,却更增添; 有吝惜过度的,反致穷乏。
25 ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
好施舍的,必得丰裕; 滋润人的,必得滋润。
26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
屯粮不卖的,民必咒诅他; 情愿出卖的,人必为他祝福。
27 ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
恳切求善的,就求得恩惠; 惟独求恶的,恶必临到他身。
28 ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
倚仗自己财物的,必跌倒; 义人必发旺,如青叶。
29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
扰害己家的,必承受清风; 愚昧人必作慧心人的仆人。
30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
义人所结的果子就是生命树; 有智慧的,必能得人。
31 ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
看哪,义人在世尚且受报, 何况恶人和罪人呢?

< ହିତୋପଦେଶ 11 >