< ହିତୋପଦେଶ 12 >

1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
אהב מוסר אהב דעת ושנא תוכחת בער׃
2 ସତ୍‍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
טוב יפיק רצון מיהוה ואיש מזמות ירשיע׃
3 ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
לא יכון אדם ברשע ושרש צדיקים בל ימוט׃
4 ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
אשת חיל עטרת בעלה וכרקב בעצמותיו מבישה׃
5 ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
מחשבות צדיקים משפט תחבלות רשעים מרמה׃
6 ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
דברי רשעים ארב דם ופי ישרים יצילם׃
7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
הפוך רשעים ואינם ובית צדיקים יעמד׃
8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
לפי שכלו יהלל איש ונעוה לב יהיה לבוז׃
9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
טוב נקלה ועבד לו ממתכבד וחסר לחם׃
10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
יודע צדיק נפש בהמתו ורחמי רשעים אכזרי׃
11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
עבד אדמתו ישבע לחם ומרדף ריקים חסר לב׃
12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
חמד רשע מצוד רעים ושרש צדיקים יתן׃
13 ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
בפשע שפתים מוקש רע ויצא מצרה צדיק׃
14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
מפרי פי איש ישבע טוב וגמול ידי אדם ישוב לו׃
15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
דרך אויל ישר בעיניו ושמע לעצה חכם׃
16 ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
אויל ביום יודע כעסו וכסה קלון ערום׃
17 ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
יפיח אמונה יגיד צדק ועד שקרים מרמה׃
18 କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
יש בוטה כמדקרות חרב ולשון חכמים מרפא׃
19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
שפת אמת תכון לעד ועד ארגיעה לשון שקר׃
20 ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
מרמה בלב חרשי רע וליעצי שלום שמחה׃
21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
לא יאנה לצדיק כל און ורשעים מלאו רע׃
22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
תועבת יהוה שפתי שקר ועשי אמונה רצונו׃
23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
אדם ערום כסה דעת ולב כסילים יקרא אולת׃
24 କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
יד חרוצים תמשול ורמיה תהיה למס׃
25 ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
דאגה בלב איש ישחנה ודבר טוב ישמחנה׃
26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
יתר מרעהו צדיק ודרך רשעים תתעם׃
27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
לא יחרך רמיה צידו והון אדם יקר חרוץ׃
28 ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।
בארח צדקה חיים ודרך נתיבה אל מות׃

< ହିତୋପଦେଶ 12 >