< ହିତୋପଦେଶ 12 >

1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
Anayependa mafundisho hupenda maarifa, bali yule anayechukia maonyo ni mpumbavu.
2 ସତ୍‍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
Yehova humpa fadhila mtu mwema, bali mtu ambaye hufanya mipango ya ufisada atahukumiwa.
3 ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
Mtu hawezi kuimarishwa kwa uovu, bali wale watendao haki hawawezi kung'olewa.
4 ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
Mke mwema ni taji ya mume wake, bali yule aletaye aibu ni kama ugonjwa unaoozesha mifupa yake.
5 ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
Mipango ya wale watendao haki ni adili, bali shauri la mwovu ni udanganyifu.
6 ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
Maneno ya watu waovu ni uviziaji unaosubiri nafasi ya kuua, bali maneno ya mwenye haki yatawatunza salama.
7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
Watu waovu wametupwa na kuondolewa, bali nyumba ya wale watendao haki itasimama.
8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
Mtu husifiwa kwa kadri ya hekima yake, bali yule anayechagua ukaidi hudharauliwa.
9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
Bora kuwa na cheo duni- kuwa mtumishi tu- kuliko kujisifu kuhusu ukuu wako bila kuwa na chakula.
10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
Yule atendaye haki anajali mahitaji ya mnyama wake, bali huruma ya mwovu ni ukatili.
11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
Yule atendaye kazi katika shamba lake atapata chakula tele, bali anayesaka miradi duni hana akili.
12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
Watu waovu hutamani wanavyoiba watu wabaya kutoka kwa wengine, bali tunda la wale watendao haki hutoka kwao mwenyewe.
13 ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
Mtu mbaya hunaswa kwa maongezi yake mabaya, bali wale watendao haki hujinasua katika taabu.
14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
Mtu hushiba vitu vyema kutokana na tunda la maneno yake, kama vile kazi ya mikono yake inavyompa thawabu.
15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
Njia ya mpumbavu ni sawa machoni pake mwenyewe, bali mtu wa hekima husikiliza ushauri.
16 ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
Mpumbavu huonyesha hasira yake papo hapo, bali asiyejali tusi ni mwenye busara.
17 ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
Asemaye ukweli huongea ilivyo haki, bali shahidi wa uongo huongea uongo.
18 କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
Maneno yake asemaye kwa pupa ni kama kurusha upanga, bali ulimi wa mwenye hekima huleta uponyaji.
19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
Midomo yenye kweli itadumu milele, bali ulimi wa uongo ni kwa kitambo kidogo tu.
20 ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
Kuna udanganyifu katika mioyo ya wale wanaopanga kutenda uovu, bali furaha hutoka kwa washauri wa amani.
21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
Hakuna ugonjwa utakaowajia wale watendao haki, bali watu waovu watajazwa matatizo.
22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
Yehova anachukia midomo ya uongo, bali wale ambao huishi kwa uaminifu ndiyo furaha yake.
23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
Mtu mwenye busara anasitiri maarifa yake, bali moyo wa wapumbavu hupiga yowe za kipumbavu.
24 କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
Mkono wa mwenye bidii utatawala, bali watu wavivu watawekwa katika kazi za kulazimishwa.
25 ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
Mashaka katika moyo wa mtu humwelemea, bali neno zuri humfurahisha.
26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
Mwenye haki ni kiongozi kwa rafiki yake, bali njia ya waovu huwaongoza katika kupotea.
27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
Watu wavivu hawawezi kubanika mawindo yao wenyewe, bali mtu wenye bidii atapata mali zenye thamani.
28 ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।
Wale ambao wanatembea katika njia ya haki wanapata uzima na katika mapito hayo hakuna kifo.

< ହିତୋପଦେଶ 12 >