< ହିତୋପଦେଶ 13 >

1 ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।
Ein weiser Sohn gehorcht des Vaters Zucht, aber ein Spötter hört kein Schelten.
2 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।
Von seines Mundes Frucht genießt einer Gutes; aber der Treulosen Verlangen ist Gewaltthat.
3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
Wer seinen Mund hütet, der bewahrt sein Leben; wer seine Lippen aufreißt, dem droht Einsturz.
4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
Es läßt sich gelüsten, jedoch vergeblich, die Seele des Faulen, aber der Fleißigen Seele wird reich gelabt.
5 ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।
Der Fromme haßt falsches Wesen, aber der Gottlose handelt schandbar und schimpflich.
6 ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।
Die Gerechtigkeit behütet unsträflichen Wandel, aber die Gottlosigkeit bringt die Sünder zu Fall.
7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।
Mancher stellt sich reich und hat gar nichts; mancher stellt sich arm und hat doch großes Gut.
8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
Lösegeld für eines Mannes Leben ist sein Reichtum, aber der Arme bekommt keine Drohung zu hören.
9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
Das Licht der Frommen scheint fröhlich, aber der Gottlosen Leuchte erlischt.
10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
Durch Übermut richtet man nichts als Zank an, aber bei denen, die sich raten lassen, ist Weisheit.
11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
Erhastetes Vermögen mindert sich, wer aber händeweis sammelt, der vermehrt.
12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
Lang hingezogenes Harren macht das Herz krank, aber ein Baum des Lebens ist der erfüllte Wunsch.
13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
Wer das Wort verachtet, muß ihm dafür haften, wer aber Scheu vor dem Gebot hat, empfängt seinen Lohn.
14 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
Des Weisen Lehre ist ein Born des Lebens, daß man die Fallstricke des Todes meide.
15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
Feine Klugheit schafft Gunst, aber der Treulosen Weg führt zu ihrem eigenen Verderben.
16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
Der Kluge thut alles mit Verstand, ein Thor aber kramt Narrheit aus.
17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
Ein gottloser Gesandter stürzt in Unglück, aber ein treuer Bote bringt Heilung.
18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
Armut und Schande erlangt, wer Zucht in den Wind schlägt; wer aber Rüge beachtet, wird geehrt.
19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
Befriedigtes Verlangen ist der Seele süß, aber das Böse zu meiden, ist für die Thoren ein Greuel.
20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Gehe mit Weisen um, so wirst du weise; wer es aber mit den Thoren hält, dem ergeht's übel.
21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
Die Sünder verfolgt Unglück, aber die Frommen erreicht Glück.
22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Der Gute vererbt seine Habe auf Kindeskinder, aber des Sünders Vermögen ist dem Frommen vorbehalten.
23 ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।
Speise in Fülle bringt der Neubruch der Armen, aber mancher wird durch seine Ungerechtigkeit hinweggerafft.
24 ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
Wer seiner Rute schont, der haßt seinen Sohn; wer ihn aber lieb hat, ist auf Züchtigung bedacht.
25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।
Der Fromme hat zu essen, bis er satt wird, aber der Gottlosen Bauch muß Mangel leiden.

< ହିତୋପଦେଶ 13 >