< ହିତୋପଦେଶ 13 >
1 ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।
Mwana mwenye hekima husikia mafundisho ya baba yake, bali mwenye dhihaka hatasikiliza karipio.
2 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।
Mtu hufurahia vitu vizuri kutokana na matunda ya kinywa chake, bali hamu ya wadanganyifu ni jeuri.
3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
Yeye anayelinda kinywa chake huyalinda maisha, bali anayefumbua sana midomo yake atajiangamiza mwenyewe.
4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
Hamu ya watu wavivu ni uchu lakini hawapati kitu, bali hamu ya watu wenye bidii hutoshelezwa sana.
5 ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।
Atendaye haki huchukia uongo, bali mtu mwovu hukinzana mwenyewe, na kufanya ya kuaibisha.
6 ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।
Wenye haki huwalinda wale ambao ni wakamilifu katika mapito yao, bali uovu huwaangusha wale watendao dhambi.
7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।
Kuna mtu ambaye hujitajirisha mwenyewe, lakini hana chochote na kuna mtu ambaye hutoa kila kitu, bado ni tajiri kweli.
8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
Mtu tajiri anaweza kufidia maisha yake kwa mali zake, bali mtu masikini hatapokea kitisho cha aina hiyo.
9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
Mwanga wa mtu atendaye haki hufurahia, bali taa ya waovu itazimika.
10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
Kiburi huzaa mafarakano, bali kwa wale wasikiao shauri jema kuna hekima.
11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
Penye majivuno mengi utajiri hufifia, bali yeye apataye pesa kwa kufanya kazi kwa mkono wake pesa zake zitaongezeka.
12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
Tumaini linapoachwa, huvunja moyo, bali kukamilishwa kwa shauku ni mti wa uzima.
13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
Yule ambaye anadharau fundisho bado atakuwa chini ya utawala wake, bali yeye ambaye anaheshimu amri atapewa thawabu.
14 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
Mafundisho ya mtu mwenye hekima ni chemchemi ya uzima, yanakuondoa kutoka kwenye mitego ya mauti.
15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
Busara njema huleta fadhila, bali njia ya wadanganyifu haina mwisho.
16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
Watu wenye busara hutenda kwa maarifa kwa kila uamuzi, bali mpumbavu huonyesha upuuzi wake.
17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
Mjumbe mbaya huangukia kwenye shida, bali balozi mwaminifu huleta upatanisho.
18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
Yeye ambaye hupuuza kurudiwa atapata umasikini na aibu, bali heshima itamjia yeye ambaye hujifunza kutokana na masahihisho.
19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
Shauku iliyotambuliwa ni tamu kwa hamu, bali wapumbavu huchukia kuacha uovu.
20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Tembea pamoja na watu wenye hekima nawe utakuwa na hekima, bali rafiki wa wapumbavu atateseka.
21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
Maafa huwakimbilia wenye dhambi, bali wale watendao haki hupewa thawabu kwa mema.
22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Mtu mwema huacha urithi kwa wajukuu wake, bali mali ya mwenye dhambi huwekwa akiba kwa yule atendaye haki.
23 ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।
Shamba la masikini lisilolimwa linaweza huzalisha chakula kingi, bali huchukuliwa kwa udhalimu.
24 ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
Yeye ambaye hamrudi mwanawe humchukia, bali yule anayempenda mwanawe humjali kwa kumwadibisha.
25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।
Yeye atendaye haki hula hadi kutosheleza hamu yake bali tumbo la mwovu linanjaa daima.