< ହିତୋପଦେଶ 14 >
1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
Every wise woman buildeth her house: but the foolish plucketh it down with her hands.
2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
He that walketh in his uprightness feareth Yhwh: but he that is perverse in his ways despiseth him.
3 ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।
In the mouth of the foolish is a rod of pride: but the lips of the wise shall preserve them.
4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।
Where no oxen are, the crib is clean: but much increase is by the strength of the ox.
5 ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।
A faithful witness will not lie: but a false witness will utter lies.
6 ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।
A scorner seeketh wisdom, and findeth it not: but knowledge is easy unto him that understandeth.
7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।
Go from the presence of a foolish man, when thou perceivest not in him the lips of knowledge.
8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
The wisdom of the prudent is to understand his way: but the folly of fools is deceit.
9 ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।
Fools make a mock at sin: but among the righteous there is favour.
10 ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।
The heart knoweth his own bitterness; and a stranger doth not intermeddle with his joy.
11 ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
The house of the wicked shall be overthrown: but the tabernacle of the upright shall flourish.
12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।
There is a way which seemeth right unto a man, but the end thereof are the ways of death.
13 ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।
Even in laughter the heart is sorrowful; and the end of that mirth is heaviness.
14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
The backslider in heart shall be filled with his own ways: and a good man shall be satisfied from himself.
15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
The simple believeth every word: but the prudent man looketh well to his going.
16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
A wise man feareth, and departeth from evil: but the fool rageth, and is confident.
17 ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
He that is soon angry dealeth foolishly: and a man of wicked devices is hated.
18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
The simple inherit folly: but the prudent are crowned with knowledge.
19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
The evil bow before the good; and the wicked at the gates of the righteous.
20 ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।
The poor is hated even of his own neighbour: but the rich hath many friends.
21 ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
He that despiseth his neighbour sinneth: but he that hath mercy on the poor, happy is he.
22 ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
Do they not err that devise evil? but mercy and truth shall be to them that devise good.
23 ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
In all labour there is profit: but the talk of the lips tendeth only to penury.
24 ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
The crown of the wise is their riches: but the foolishness of fools is folly.
25 ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
A true witness delivereth souls: but a deceitful witness speaketh lies.
26 ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
In the fear of Yhwh is strong confidence: and his children shall have a place of refuge.
27 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
The fear of Yhwh is a fountain of life, to depart from the snares of death.
28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
In the multitude of people is the king’s honour: but in the want of people is the destruction of the prince.
29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
He that is slow to wrath is of great understanding: but he that is hasty of spirit exalteth folly.
30 ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
A sound heart is the life of the flesh: but envy the rottenness of the bones.
31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
He that oppresseth the poor reproacheth his Maker: but he that honoureth him hath mercy on the poor.
32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
The wicked is driven away in his wickedness: but the righteous hath hope in his death.
33 ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।
Wisdom resteth in the heart of him that hath understanding: but that which is in the midst of fools is made known.
34 ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ।
Righteousness exalteth a nation: but sin is a reproach to any people.
35 ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।
The king’s favour is toward a wise servant: but his wrath is against him that causeth shame.