< ହିତୋପଦେଶ 15 >

1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
responsio mollis frangit iram sermo durus suscitat furorem
2 ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।
lingua sapientium ornat scientiam os fatuorum ebullit stultitiam
3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
in omni loco oculi Domini contemplantur malos et bonos
4 ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
lingua placabilis lignum vitae quae inmoderata est conteret spiritum
5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।
stultus inridet disciplinam patris sui qui autem custodit increpationes astutior fiet
6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।
domus iusti plurima fortitudo et in fructibus impii conturbatur
7 ଜ୍ଞାନବାନ‍ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
labia sapientium disseminabunt scientiam cor stultorum dissimile erit
8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
victimae impiorum abominabiles Domino vota iustorum placabilia
9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
abominatio est Domino via impii qui sequitur iustitiam diligetur ab eo
10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
doctrina mala deserenti viam qui increpationes odit morietur
11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ? (Sheol h7585)
infernus et perditio coram Domino quanto magis corda filiorum hominum (Sheol h7585)
12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
non amat pestilens eum qui se corripit nec ad sapientes graditur
13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
cor gaudens exhilarat faciem in maerore animi deicitur spiritus
14 ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
cor sapientis quaerit doctrinam et os stultorum pascetur inperitia
15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
omnes dies pauperis mali secura mens quasi iuge convivium
16 ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
melius est parum cum timore Domini quam thesauri magni et insatiabiles
17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
melius est vocare ad holera cum caritate quam ad vitulum saginatum cum odio
18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
vir iracundus provocat rixas qui patiens est mitigat suscitatas
19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।
iter pigrorum quasi sepes spinarum via iustorum absque offendiculo
20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
filius sapiens laetificat patrem et stultus homo despicit matrem suam
21 ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।
stultitia gaudium stulto et vir prudens dirigit gressus
22 ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।
dissipantur cogitationes ubi non est consilium ubi vero plures sunt consiliarii confirmantur
23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!
laetatur homo in sententia oris sui et sermo oportunus est optimus
24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ। (Sheol h7585)
semita vitae super eruditum ut declinet de inferno novissimo (Sheol h7585)
25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
domum superborum demolietur Dominus et firmos facit terminos viduae
26 କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
abominatio Domini cogitationes malae et purus sermo pulcherrimus
27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
conturbat domum suam qui sectatur avaritiam qui autem odit munera vivet
28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
mens iusti meditatur oboedientiam os impiorum redundat malis
29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
longe est Dominus ab impiis et orationes iustorum exaudiet
30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
lux oculorum laetificat animam fama bona inpinguat ossa
31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
auris quae audit increpationes vitae in medio sapientium commorabitur
32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
qui abicit disciplinam despicit animam suam qui adquiescit increpationibus possessor est cordis
33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
timor Domini disciplina sapientiae et gloriam praecedit humilitas

< ହିତୋପଦେଶ 15 >