< ହିତୋପଦେଶ 18 >

1 ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
לתאוה יבקש נפרד בכל תושיה יתגלע׃
2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
לא יחפץ כסיל בתבונה כי אם בהתגלות לבו׃
3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
בבוא רשע בא גם בוז ועם קלון חרפה׃
4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
מים עמקים דברי פי איש נחל נבע מקור חכמה׃
5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
שאת פני רשע לא טוב להטות צדיק במשפט׃
6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
שפתי כסיל יבאו בריב ופיו למהלמות יקרא׃
7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
פי כסיל מחתה לו ושפתיו מוקש נפשו׃
8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
דברי נרגן כמתלהמים והם ירדו חדרי בטן׃
9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।
גם מתרפה במלאכתו אח הוא לבעל משחית׃
10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
מגדל עז שם יהוה בו ירוץ צדיק ונשגב׃
11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
הון עשיר קרית עזו וכחומה נשגבה במשכיתו׃
12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
לפני שבר יגבה לב איש ולפני כבוד ענוה׃
13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
משיב דבר בטרם ישמע אולת היא לו וכלמה׃
14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?
רוח איש יכלכל מחלהו ורוח נכאה מי ישאנה׃
15 ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
לב נבון יקנה דעת ואזן חכמים תבקש דעת׃
16 ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
מתן אדם ירחיב לו ולפני גדלים ינחנו׃
17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
צדיק הראשון בריבו יבא רעהו וחקרו׃
18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।
מדינים ישבית הגורל ובין עצומים יפריד׃
19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
אח נפשע מקרית עז ומדונים כבריח ארמון׃
20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
מפרי פי איש תשבע בטנו תבואת שפתיו ישבע׃
21 ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
מות וחיים ביד לשון ואהביה יאכל פריה׃
22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
מצא אשה מצא טוב ויפק רצון מיהוה׃
23 ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ।
תחנונים ידבר רש ועשיר יענה עזות׃
24 ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।
איש רעים להתרעע ויש אהב דבק מאח׃

< ହିତୋପଦେଶ 18 >