< ହିତୋପଦେଶ 19 >

1 ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।
Better is the poor that walketh in his integrity than he that is perverse in his lips and a fool at the same time.
2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
Also, that the soul be without knowledge is not good; and he that hasteth with his feet sinneth.
3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
The foolishness of man perverteth his way; and his heart fretteth against the LORD.
4 ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
Wealth addeth many friends; but as for the poor, his friend separateth himself from him.
5 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
A false witness shall not be unpunished; and he that breatheth forth lies shall not escape.
6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
Many will entreat the favour of the liberal man; and every man is a friend to him that giveth gifts.
7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
All the brethren of the poor do hate him; how much more do his friends go far from him! He that pursueth words, they turn against him.
8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
He that getteth wisdom loveth his own soul; he that keepeth understanding shall find good.
9 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
A false witness shall not be unpunished; and he that breatheth forth lies shall perish.
10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
Luxury is not seemly for a fool; much less for a servant to have rule over princes.
11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
It is the discretion of a man to be slow to anger, and it is his glory to pass over a transgression.
12 ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
The king's wrath is as the roaring of a lion; but his favour is as dew upon the grass.
13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
A foolish son is the calamity of his father; and the contentions of a wife are a continual dropping.
14 ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
House and riches are the inheritance of fathers; but a prudent wife is from the LORD.
15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
Slothfulness casteth into a deep sleep; and the idle soul shall suffer hunger.
16 ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
He that keepeth the commandment keepeth his soul; but he that despiseth His ways shall die.
17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
He that is gracious unto the poor lendeth unto the LORD; and his good deed will He repay unto him.
18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
Chasten thy son, for there is hope; but set not thy heart on his destruction.
19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
A man of great wrath shall suffer punishment; for if thou interpose, thou wilt add thereto.
20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
Hear counsel, and receive instruction, that thou mayest be wise in thy latter end.
21 ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
There are many devices in a man's heart; but the counsel of the LORD, that shall stand.
22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
The lust of a man is his shame; and a poor man is better than a liar.
23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
The fear of the LORD tendeth to life; and he that hath it shall abide satisfied, he shall not be visited with evil.
24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
The sluggard burieth his hand in the dish, and will not so much as bring it back to his mouth.
25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
When thou smitest a scorner, the simple will become prudent; and when one that hath understanding is reproved, he will understand knowledge.
26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
A son that dealeth shamefully and reproachfully will despoil his father, and chase away his mother.
27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
Cease, my son, to hear the instruction that causeth to err from the words of knowledge.
28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
An ungodly witness mocketh at right; and the mouth of the wicked devoureth iniquity.
29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
Judgments are prepared for scorners, and stripes for the back of fools.

< ହିତୋପଦେଶ 19 >