< ହିତୋପଦେଶ 19 >
1 ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।
Afadhali mtu maskini ambaye mwenendo wake hauna lawama, kuliko mpumbavu ambaye midomo yake imepotoka.
2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
Sio vizuri kuwa na juhudi bila maarifa, wala kufanya haraka na kuikosa njia.
3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
Upumbavu wa mtu mwenyewe huharibu maisha yake hata hivyo moyo wake humkasirikia Bwana.
4 ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
Mali huleta marafiki wengi, bali rafiki wa mtu maskini humwacha.
5 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
Shahidi wa uongo hataacha kuadhibiwa, naye amwagaye uongo hataachwa huru.
6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
Wengi hujipendekeza kwa mtawala na kila mmoja ni rafiki wa mtu atoaye zawadi.
7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
Mtu maskini huepukwa na ndugu zake wote: Je, marafiki zake watamkwepa kiasi gani! Ingawa huwafuata kwa kuwasihi, hawapatikani popote.
8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
Yeye apataye hekima huipenda nafsi yake mwenyewe, yeye ahifadhiye ufahamu hustawi.
9 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
Shahidi wa uongo hataacha kuadhibiwa, naye amwagaye uongo ataangamia.
10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
Haistahili mpumbavu kuishi katika anasa, itakuwa vibaya kiasi gani kwa mtumwa kuwatawala wakuu.
11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
Hekima ya mtu humpa uvumilivu, ni kwa utukufu wake kusamehe makosa.
12 ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
Ghadhabu ya mfalme ni kama mngurumo wa simba, bali wema wake ni kama umande juu ya nyasi.
13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
Mwana mpumbavu ni maangamizi ya babaye, naye mke mgomvi ni kama kutonatona kusikoisha.
14 ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
Nyumba na mali hurithiwa kutoka kwa wazazi, bali mke mwenye busara hutoka kwa Bwana.
15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
Uvivu huleta usingizi mzito, naye mtu mzembe huona njaa.
16 ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
Yeye ambaye hutii mafundisho huulinda uhai wake, bali yeye anayezidharau njia zake atakufa.
17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Yeye amhurumiaye maskini humkopesha Bwana, naye atamtuza kwa aliyotenda.
18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
Mrudi mwanao, kwa maana katika hiyo kuna tumaini, usiwe mshirika katika mauti yake.
19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
Mtu mwenye kukasirika haraka ni lazima atapata adhabu yake, kama utamwokoa, itakubidi kufanya hivyo tena.
20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
Sikiliza mashauri na ukubali mafundisho, nawe mwishoni utakuwa na hekima.
21 ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Kuna mipango mingi ndani ya moyo wa mtu, lakini kusudi la Bwana ndilo litakalosimama.
22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
Lile mtu alionealo shauku ni upendo usio na mwisho, afadhali kuwa maskini kuliko kuwa mwongo.
23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
Kumcha Bwana huongoza kwenye uzima, kisha mtu hupumzika akiwa ameridhika, bila kuguswa na shida.
24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
Mtu mvivu hutumbukiza mkono wake kwenye sahani, lakini hawezi hata kuupeleka kwenye kinywa chake!
25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
Mpige mwenye mzaha, naye mjinga atajifunza busara, mkemee mwenye ufahamu naye atapata maarifa.
26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
Yeye amwibiaye baba yake na kumfukuza mama yake ni mwana aletaye aibu na fedheha.
27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
Mwanangu, ukiacha kusikiliza mafundisho, utatangatanga mbali na maneno ya maarifa.
28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
Shahidi mla rushwa hudhihaki hukumu na kinywa cha mtu mwovu humeza ubaya kwa upesi.
29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
Adhabu zimeandaliwa kwa ajili ya wenye dhihaka na mapigo kwa ajili ya migongo ya wapumbavu.