< ହିତୋପଦେଶ 2 >
1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
Mwana wanga, ngati ulandira mawu anga ndi kusunga malamulo anga mu mtima mwako,
2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
ndiponso kutchera khutu lako ku nzeru ndi kuyikapo mtima pa kumvetsa zinthu;
3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
ngati upempha kuti uzindikire zinthu inde kupempha ndi mtima wonse kuti ukhale womvetsa zinthu,
4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
ngati ufunafuna nzeruyo ngati siliva ndi kuyisakasaka ngati chuma chobisika,
5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
ndiye udzamvetsa bwino tanthauzo la kuopa Yehova; ndipo udzapezanso tanthauzo la kumudziwa Yehova.
6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Pakuti Yehova ndiye amapereka nzeru, ndipo mʼkamwa mwake mumachokera chidziwitso ndi kumvetsa zinthu.
7 ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
Anthu olungama zinthu zimawayendera bwino chifukwa Yehova amakhala nawo. Paja Yehova ndiye chishango cha amene amayenda mwangwiro,
8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
pakuti ndiye mlonda wa njira zolungama. Iye amasamala mayendedwe a anthu ake okhulupirika.
9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
Choncho udzamvetsa tanthauzo la ungwiro, chilungamo, kusakondera ndi njira iliyonse yabwino.
10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
Pakuti nzeru idzalowa mu mtima mwako, kudziwa zinthu kudzakusangalatsa.
11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
Kuganizira bwino za mʼtsogolo kudzakusunga; kumvetsa zinthu bwino kudzakuteteza.
12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
Nzeru idzakupulumutsa ku mayendedwe oyipa, kwa anthu amabodza,
13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
amene amasiya njira zolungama namayenda mʼnjira zamdima,
14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
amene amakondwera pochita zoyipa namasangalala ndi kuyipa kwa ntchito zawo zonyansa.
15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
Amenewa ndi anthu a njira zawo zokhotakhota, ndipo makhalidwe awo ndi achinyengo.
16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
Nzeruyo idzakupulumutsanso kwa mkazi wachigololo; kwa mkazi wachilendo woyankhula moshashalika,
17 ଯାହାର ଗୃହ ମୃତ୍ୟୁୁ ଆଡ଼େ
amene wasiya mwamuna wa chitsikana wake ndi kuyiwala pangano limene anachita pamaso pa Mulungu wake.
18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
Pakuti nyumba yake imatsetserekera ku imfa; njira zake zimamufikitsa ku manda.
19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
Opita kwa iye palibe ndi mmodzi yemwe amabwerera kapena kupezanso njira zamoyo.
20 ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
Choncho iwe uziyenda mʼnjira za anthu abwino, uzitsata njira za anthu ochita chilungamo.
21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
Pakuti anthu olungama ndiwo ati adzakhale mʼdziko ndipo anthu angwiro ndiwo ati adzakhazikike mʼmenemo;
22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
Koma anthu oyipa adzachotsedwa mʼdzikomo, ndipo anthu onyenga adzachotsedwamo.