< ହିତୋପଦେଶ 2 >

1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
בני אם תקח אמרי ומצותי תצפן אתך׃
2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
להקשיב לחכמה אזנך תטה לבך לתבונה׃
3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
כי אם לבינה תקרא לתבונה תתן קולך׃
4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
אם תבקשנה ככסף וכמטמונים תחפשנה׃
5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
אז תבין יראת יהוה ודעת אלהים תמצא׃
6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
כי יהוה יתן חכמה מפיו דעת ותבונה׃
7 ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
וצפן לישרים תושיה מגן להלכי תם׃
8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
לנצר ארחות משפט ודרך חסידו ישמר׃
9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
אז תבין צדק ומשפט ומישרים כל מעגל טוב׃
10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
כי תבוא חכמה בלבך ודעת לנפשך ינעם׃
11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
מזמה תשמר עליך תבונה תנצרכה׃
12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
להצילך מדרך רע מאיש מדבר תהפכות׃
13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
העזבים ארחות ישר ללכת בדרכי חשך׃
14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
השמחים לעשות רע יגילו בתהפכות רע׃
15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
אשר ארחתיהם עקשים ונלוזים במעגלותם׃
16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
להצילך מאשה זרה מנכריה אמריה החליקה׃
17 ଯାହାର ଗୃହ ମୃତ୍ୟୁୁ ଆଡ଼େ
העזבת אלוף נעוריה ואת ברית אלהיה שכחה׃
18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
כי שחה אל מות ביתה ואל רפאים מעגלתיה׃
19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
כל באיה לא ישובון ולא ישיגו ארחות חיים׃
20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
למען תלך בדרך טובים וארחות צדיקים תשמר׃
21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
כי ישרים ישכנו ארץ ותמימים יותרו בה׃
22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
ורשעים מארץ יכרתו ובוגדים יסחו ממנה׃

< ହିତୋପଦେଶ 2 >