< ହିତୋପଦେଶ 20 >

1 ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
EL vino es escarnecedor, la cerveza alborotadora; y cualquiera que por ello errare, no será sabio.
2 ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
Como bramido de cachorro de león es el terror del rey: el que lo hace enfurecerse, peca [contra] su alma.
3 ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
Honra es del hombre dejarse de contienda: mas todo insensato se envolverá [en ella].
4 ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
El perezoso no ara á causa del invierno; pedirá pues en la siega, y no [hallará].
5 ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
[Como] aguas profundas es el consejo en el corazón del hombre: mas el hombre entendido lo alcanzará.
6 ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?
Muchos hombres publican cada uno su liberalidad: mas hombre de verdad, ¿quién lo hallará?
7 ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
El justo que camina en su integridad, bienaventurados serán sus hijos después de él.
8 ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
El rey que se sienta en el trono de juicio, con su mirar disipa todo mal.
9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ?
¿Quién podrá decir: Yo he limpiado mi corazón, limpio estoy de mi pecado?
10 ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
Doble pesa y doble medida, abominación son á Jehová ambas cosas.
11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
Aun el muchacho es conocido por sus hechos, si su obra fuere limpia y recta.
12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
El oído que oye, y el ojo que ve, ambas cosas ha igualmente hecho Jehová.
13 ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
No ames el sueño, porque no te empobrezcas; abre tus ojos, [y] te hartarás de pan.
14 କିଣିବା ଲୋକ କହେ, “ଭଲ ନୁହେଁ, ଭଲ ନୁହେଁ,” ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
El que compra dice: malo es, malo es: mas en apartándose, se alaba.
15 ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
Hay oro y multitud de piedras preciosas: mas los labios sabios son vaso precioso.
16 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
Quítale su ropa al que salió por fiador del extraño; y tómale prenda [al que fía] la extraña.
17 ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
Sabroso es al hombre el pan de mentira; mas después su boca será llena de cascajo.
18 ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
Los pensamientos con el consejo se ordenan: y con industria se hace la guerra.
19 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
El que descubre el secreto, en chismes anda: no te entrometas, pues, con el que lisonjea con sus labios.
20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
El que maldice á su padre ó á su madre, su lámpara será apagada en oscuridad tenebrosa.
21 ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
La herencia adquirida de priesa al principio, aun su postrimería no será bendita.
22 “ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
No digas, yo me vengaré; espera á Jehová, y él te salvará.
23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
Abominación son á Jehová las pesas dobles; y el peso falso no es bueno.
24 ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?
De Jehová son los pasos del hombre: ¿cómo pues entenderá el hombre su camino?
25 ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
Lazo es al hombre el devorar lo santo, y andar pesquisando después de los votos.
26 ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
El rey sabio esparce los impíos, y sobre ellos hace tornar la rueda.
27 ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
Candela de Jehová es el alma del hombre, que escudriña lo secreto del vientre.
28 ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
Misericordia y verdad guardan al rey; y con clemencia sustenta su trono.
29 ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
La gloria de los jóvenes es su fortaleza, y la hermosura de los viejos la vejez.
30 କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ।
Las señales de las heridas son medicina para lo malo: y las llagas [llegan] á lo más secreto del vientre.

< ହିତୋପଦେଶ 20 >