< ହିତୋପଦେଶ 21 >
1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।
En Konges Hjerte er Bække i HERRENS Haand, han leder det hen, hvor han vil.
2 ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
En Mand holder al sin Færd for ret, men HERREN vejer Hjerter.
3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
At øve Ret og Skel er mere værd for HERREN end Offer.
4 ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
Hovmodige Øjne, et opblæst Hjerte, selv gudløses Nyjord er Synd.
5 କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।
Kun Overflod bringer den flittiges Raad, hver, som har Hastværk, faar kun Tab.
6 ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
At skabe sig Rigdom ved Løgnetunge er Jag efter Vind i Dødens Snarer.
7 ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
Gudløses Voldsfærd bortriver dem selv, thi de vægrer sig ved at øve Ret.
8 ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
Skyldtynget Mand gaar Krogveje, den renes Gerning er ligetil.
9 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
Hellere bo i en Krog paa Taget end fælles Hus med trættekær Kvinde.
10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
Den gudløses Sjæl har Lyst til ondt, hans Øjne ynker ikke hans Næste.
11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇଦେଲେ, ସେ ଜ୍ଞାନବାନ ହୁଏ।
Maa Spotter bøde, bliver tankeløs klog, har Vismand Fremgang, da vinder han Kundskab.
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
Den Retfærdige har Øje med den gudløses Hus, han styrter gudløse Folk i Ulykke.
13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
Hvo Øret lukker for Smaamands Skrig, skal raabe selv og ikke faa Svar.
14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
Lønlig Gave mildner Vrede, Stikpenge i Brystfolden voldsom Harme.
15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
Rettens Gænge er den retfærdiges Glæde, men Udaadsmændenes Rædsel.
16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
Den, der farer vild fra Kløgtens Vej, skal havne i Skyggers Forsamling.
17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
Lyst til Morskab fører i Trang, Lyst til Olie og Vin gør ej rig.
18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
Den gudløse bliver Løsepenge for den retfærdige, den troløse kommer i retsindiges Sted.
19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
Hellere bo i et Ørkenland end hos en trættekær, arrig Kvinde.
20 ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
I den vises Bolig er kostelig Skat og Olie, en Taabe af et Menneske øder det.
21 ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
Den, der higer efter Retfærd og Godhed vinder sig Liv og Ære.
22 ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
Vismand stormer Heltes By og styrter Værnet, den stolede paa.
23 ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
Den, der vogter sin Mund og sin Tunge, vogter sit Liv for Trængsler.
24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
Den opblæste stolte kaldes en Spotter, han handler frækt i Hovmod.
25 ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
Den lades Attraa bliver hans Død, thi hans Hænder vil intet bestille.
26 କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
Ugerningsmand er stadig i Trang, den retfærdige giver uden at spare.
27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
Vederstyggeligt er de gudløses Offer, især naar det ofres for Skændselsdaad.
28 ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
Løgnagtigt Vidne gaar under, Mand, som vil høre, kan tale fremdeles.
29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
Den gudløse optræder frækt, den retsindige overtænker sin Vej.
30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Visdom er intet, Indsigt er intet, Raad er intet over for HERREN.
31 ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।
Hest holdes rede til Stridens Dag, men Sejren er HERRENS Sag.