< ହିତୋପଦେଶ 22 >

1 ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
Ліпше добре ім'я́ за багатство велике, і ліпша милість за срі́бло та золото.
2 ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
Багатий та вбогий стрічаються, — Господь їх обох створив.
3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
Мудрий бачить лихе — і ховається, а безумні йдуть і кара́ються.
4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
Заплата покори і стра́ху Господнього, — це багатство, і слава, й життя.
5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
Терни́на й пастки́ на дорозі лукавого, а хто стереже́ свою душу, віді́йде далеко від них.
6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Привчай юнака́ до дороги його, і він, як поста́ріється, не усту́питься з неї.
7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
Багатий панує над бідними, а боржни́к — раб позича́льника.
8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
Хто сіє кри́вду, той жа́тиме лихо, а бич гніву його покінчи́ться.
9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
Хто доброго ока, той поблагосло́влений буде, бо дає він убогому з хліба свого́.
10 ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
Глумли́вого вижени, — й вийде з ним сварка, і суперечка та га́ньба припи́няться.
11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
Хто чистість серця кохає, той має хороше на устах, і другом йому буде цар.
12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
Очі Господа оберігають знання́, а лукаві слова́ Він відкине.
13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
Лінивий говорить: „На вулиці лев, — серед майда́ну я буду забитий!“
14 ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
Уста коха́нки — яма глибока: на ко́го Господь має гнів, той впадає туди.
15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
До юнако́вого серця глупо́та прив'язана, та різка карта́ння відда́лить від нього її.
16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
Хто тисне убогого, щоб собі́ збагати́тись, і хто багаче́ві дає, — той певно збідніє.
17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।
Нахили своє вухо, і послухай слів мудрих, і серце зверни до мого знання́,
18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
бо гарне воно, коли будеш ти їх у своєму нутрі́ стерегти́, — хай стануть на устах твоїх вони ра́зом!
19 ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।
Щоб надія твоя була в Го́споді, я й сьогодні навчаю тебе.
20 ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
Хіба ж не писав тобі три́чі з порадами та із знання́м,
21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇ ପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
щоб тобі завідо́мити правду, правдиві слова́, щоб ти істину міг відпові́сти тому, хто тебе запитає.
22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
Не грабу́й незамо́жнього, бо він незамо́жній, і не тисни убогого в брамі,
23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
бо Господь за їхню справу суди́тиметься, і грабіжникам їхнім ограбує Він душу.
24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
Не дружись із чоловіком гнівли́вим, і не ходи із люди́ною лютою,
25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
щоб доріг її ти не навчи́вся, і тене́та не взяв для своєї душі.
26 ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।
Не будь серед тих, хто пору́ку дає́, серед тих, хто пору́чується за борги́:
27 ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
коли ти не матимеш чим заплатити, — нащо ві́зьмуть з-під тебе посте́лю твою?
28 ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।
Не пересува́й віково́ї границі, яку встановили батьки́ твої.
29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।
Ти бачив люди́ну, мото́рну в занятті своїм? Вона перед царя́ми спокійно стоятиме, та не всто́їть вона перед про́стими.

< ହିତୋପଦେଶ 22 >