< ହିତୋପଦେଶ 23 >

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
إِذَا جَلَسْتَ تَأْكُلُ مَعَ مُتَسَلِّطٍ، فَتَأَمَّلْ مَا هُوَ أَمَامَكَ تَأَمُّلًا،١
2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।
وَضَعْ سِكِّينًا لِحَنْجَرَتِكَ إِنْ كُنْتَ شَرِهًا.٢
3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
لَا تَشْتَهِ أَطَايِبَهُ لِأَنَّهَا خُبْزُ أَكَاذِيبَ.٣
4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
لَا تَتْعَبْ لِكَيْ تَصِيرَ غَنِيًّا. كُفَّ عَنْ فِطْنَتِكَ.٤
5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
هَلْ تُطَيِّرُ عَيْنَيْكَ نَحْوَهُ وَلَيْسَ هُوَ؟ لِأَنَّهُ إِنَّمَا يَصْنَعُ لِنَفْسِهِ أَجْنِحَةً. كَٱلنَّسْرِ يَطِيرُ نَحْوَ ٱلسَّمَاءِ.٥
6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
لَا تَأْكُلْ خُبْزَ ذِي عَيْنٍ شِرِّيرَةٍ، وَلَا تَشْتَهِ أَطَايِبَهُ،٦
7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
لِأَنَّهُ كَمَا شَعَرَ فِي نَفْسِهِ هَكَذَا هُوَ. يَقُولُ لَكَ: «كُلْ وَٱشْرَبْ» وَقَلْبُهُ لَيْسَ مَعَكَ.٧
8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
ٱللُّقْمَةُ ٱلَّتِي أَكَلْتَهَا تَتَقَيَّأُهَا، وَتَخْسَرُ كَلِمَاتِكَ ٱلْحُلْوَةَ.٨
9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
فِي أُذُنَيْ جَاهِلٍ لَا تَتَكَلَّمْ لِأَنَّهُ يَحْتَقِرُ حِكْمَةَ كَلَامِكَ.٩
10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
لَا تَنْقُلِ ٱلتُّخُمَ ٱلْقَدِيمَ، وَلَا تَدْخُلْ حُقُولَ ٱلْأَيْتَامِ،١٠
11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
لِأَنَّ وَلِيَّهُمْ قَوِيٌّ. هُوَ يُقِيمُ دَعْوَاهُمْ عَلَيْكَ.١١
12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।
وَجِّهْ قَلْبَكَ إِلَى ٱلْأَدَبِ، وَأُذُنَيْكَ إِلَى كَلِمَاتِ ٱلْمَعْرِفَةِ.١٢
13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
لَا تَمْنَعِ ٱلتَّأْدِيبَ عَنِ ٱلْوَلَدِ، لِأَنَّكَ إِنْ ضَرَبْتَهُ بِعَصًا لَا يَمُوتُ.١٣
14 ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ। (Sheol h7585)
تَضْرِبُهُ أَنْتَ بِعَصًا فَتُنْقِذُ نَفْسَهُ مِنَ ٱلْهَاوِيَةِ. (Sheol h7585)١٤
15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।
يَا ٱبْنِي، إِنْ كَانَ قَلْبُكَ حَكِيمًا يَفْرَحُ قَلْبِي أَنَا أَيْضًا،١٥
16 ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।
وَتَبْتَهِجُ كِلْيَتَايَ إِذَا تَكَلَّمَتْ شَفَتَاكَ بِٱلْمُسْتَقِيمَاتِ.١٦
17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
لَا يَحْسِدَنَّ قَلْبُكَ ٱلْخَاطِئِينَ، بَلْ كُنْ فِي مَخَافَةِ ٱلرَّبِّ ٱلْيَوْمَ كُلَّهُ.١٧
18 କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
لِأَنَّهُ لَا بُدَّ مِنْ ثَوَابٍ، وَرَجَاؤُكَ لَا يَخِيبُ.١٨
19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ।
اِسْمَعْ أَنْتَ يَا ٱبْنِي، وَكُنْ حَكِيمًا، وَأَرْشِدْ قَلْبَكَ فِي ٱلطَّرِيقِ.١٩
20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
لَا تَكُنْ بَيْنَ شِرِّيبِي ٱلْخَمْرِ، بَيْنَ ٱلْمُتْلِفِينَ أَجْسَادَهُمْ،٢٠
21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
لِأَنَّ ٱلسِّكِّيرَ وَٱلْمُسْرِفَ يَفْتَقِرَانِ، وَٱلنَّوْمُ يَكْسُو ٱلْخِرَقَ.٢١
22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
اِسْمَعْ لِأَبِيكَ ٱلَّذِي وَلَدَكَ، وَلَا تَحْتَقِرْ أُمَّكَ إِذَا شَاخَتْ.٢٢
23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
اِقْتَنِ ٱلْحَقَّ وَلَا تَبِعْهُ، وَٱلْحِكْمَةَ وَٱلْأَدَبَ وَٱلْفَهْمَ.٢٣
24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
أَبُو ٱلصِّدِّيقِ يَبْتَهِجُ ٱبْتِهَاجًا، وَمَنْ وَلَدَ حَكِيمًا يُسَرُّ بِهِ.٢٤
25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
يَفْرَحُ أَبُوكَ وَأُمُّكَ، وَتَبْتَهِجُ ٱلَّتِي وَلَدَتْكَ.٢٥
26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।
يَا ٱبْنِي أَعْطِنِي قَلْبَكَ، وَلْتُلَاحِظْ عَيْنَاكَ طُرُقِي.٢٦
27 କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।
لِأَنَّ ٱلزَّانِيَةَ هُوَّةٌ عَمِيقَةٌ، وَٱلْأَجْنَبِيَّةُ حُفْرَةٌ ضَيِّقَةٌ.٢٧
28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
هِيَ أَيْضًا كَلِصٍّ تَكْمُنُ وَتَزِيدُ ٱلْغَادِرِينَ بَيْنَ ٱلنَّاسِ.٢٨
29 କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ?
لِمَنِ ٱلْوَيْلُ؟ لِمَنِ ٱلشَّقَاوَةُ؟ لِمَنِ ٱلْمُخَاصَمَاتُ؟ لِمَنِ ٱلْكَرْبُ؟ لِمَنِ ٱلْجُرُوحُ بِلَا سَبَبٍ؟ لِمَنِ ٱزْمِهْرَارُ ٱلْعَيْنَيْنِ؟٢٩
30 ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।
لِلَّذِينَ يُدْمِنُونَ ٱلْخَمْرَ، ٱلَّذِينَ يَدْخُلُونَ فِي طَلَبِ ٱلشَّرَابِ ٱلْمَمْزُوجِ.٣٠
31 ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।
لَا تَنْظُرْ إِلَى ٱلْخَمْرِ إِذَا ٱحْمَرَّتْ حِينَ تُظْهِرُ حِبَابَهَا فِي ٱلْكَأْسِ وَسَاغَتْ مُرَقْرِقَةً.٣١
32 ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।
فِي ٱلْآخِرِ تَلْسَعُ كَٱلْحَيَّةِ وَتَلْدَغُ كَٱلْأُفْعُوانِ.٣٢
33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।
عَيْنَاكَ تَنْظُرَانِ ٱلْأَجْنَبِيَّاتِ، وَقَلْبُكَ يَنْطِقُ بِأُمُورٍ مُلْتَوِيَةٍ.٣٣
34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।
وَتَكُونُ كَمُضْطَجعٍ فِي قَلْبِ ٱلْبَحْرِ، أَوْ كَمُضْطَجعٍ عَلَى رَأْسِ سَارِيَةٍ.٣٤
35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।
يَقُولُ: «ضَرَبُونِي وَلَمْ أَتَوَجَّعْ! لَقَدْ لَكَأُونِي وَلَمْ أَعْرِفْ! مَتَى أَسْتَيْقِظُ؟ أَعُودُ أَطْلُبُهَا بَعْدُ!».٣٥

< ହିତୋପଦେଶ 23 >