< ହିତୋପଦେଶ 23 >

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
Sa’ad da ka zauna domin cin abinci da mai mulki, ka lura sosai da abin da yake gabanka,
2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।
ka kuma sa wuƙa a maƙogwaronka in kai mai ci da yawa ne.
3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
Kada ka yi marmarin abincinsa mai daɗi gama wannan abinci ruɗu ne.
4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
Kada ka gajiyar da kanka don ka yi arziki; ka kasance da hikimar dainawa.
5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
Da ƙyiftawar ido a kan wadata ta ɓace, gama tabbatacce sukan yi fikafikai sukan tashi sama kamar gaggafa.
6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
Kada ka ci abincin mai rowa, kada ka yi marmarin abincinsa mai daɗi;
7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
gama shi wani irin mutum ne wanda kullum yana tunani game da tsadar abincin. Zai ce maka, “Ci ka sha,” amma zuciyarsa ba ta tare da kai.
8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
Za ka yi amai ɗan abin da ka ci dukan daɗin bakinka kuwa zai tafi a banza.
9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
Kada ka yi magana da wawa, gama zai yi wa maganar hikimarka ba’a.
10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
Kada ka kawar da shaidar iyaka ta dā ko ka ɗiba gonar marayu,
11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
gama mai Kāriyarsu yana da ƙarfi; zai kuwa yi magana dominsu.
12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।
Ka mai da hankali ga umarni ka kuma kasa kunne ga kalmomin sani.
13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
Kada ka bar yaro ba horo; in ka yi masa horo da sanda, ba zai mutu ba.
14 ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ। (Sheol h7585)
Ka hukunta shi da sanda ka ceci ransa daga mutuwa. (Sheol h7585)
15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।
Ɗana, in zuciyarka mai hikima ce, to, zuciyata za tă yi murna;
16 ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।
cikin cikina zai yi farin ciki in leɓunanka suna maganar abin da yake daidai.
17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
Kada ka bar zuciyarka tă yi ƙyashin masu zunubi, amma kullum tsoron Ubangiji za ka yi kishi.
18 କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
Tabbatacce akwai sa zuciya ta nan gaba dominka, kuma sa zuciyarka ba za tă zama a banza ba.
19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ।
Ka saurara, ɗana, ka zama mai hikima, ka kafa zuciyarka a hanyar da take daidai.
20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
Kada ka haɗa kai da waɗanda suke shan ruwan inabi da yawa ko masu haɗama kansu da abinci,
21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
gama bugaggu da ruwan inabi da masu yawan ci sukan zama matalauta, gama jiri yakan yi musu sutura da tsummoki.
22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
Ka kasa kunne ga mahaifinka, wanda ya ba ka rai, kada kuwa ka rena mahaifiyarka sa’ad da ta tsufa.
23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
Ka saye gaskiya kada kuwa ka sayar da ita; ka nemi hikima, horo da fahimi.
24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
Mahaifin adali yana da farin ciki sosai; duk wanda yake da ɗa mai hikima yakan ji daɗinsa.
25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
Bari mahaifinka da mahaifiyarka su yi murna; bari wadda ta haife ka tă yi farin ciki!
26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।
Ɗana, ka ba ni zuciyarka bari kuma idanunka su kiyaye hanyoyina,
27 କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।
gama karuwa rami ne mai zurfi mace marar aminci matsattsiyar rijiya ce.
28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
Kamar’yan fashi, takan kwanta tana jira tana kuma ninka rashin aminci a cikin maza.
29 କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ?
Wa yake wayyo? Wa yake baƙin ciki? Wa yake neman fada? Wa yake gunaguni? Wa yake da raunuka ba dalili? Wa yake da jan idanu?
30 ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।
Waɗanda suke daɗe suna shan ruwan inabi, waɗanda suke neman ƙoƙon damammen ruwan inabi.
31 ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।
Kada ka ƙyifce ido a ruwan inabi sa’ad da ya yi ja, sa’ad da yana da kyan gani a cikin ƙwarya, sa’ad da yana gangarawa sumul a maƙogwaro!
32 ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।
A ƙarshe yana sara kamar maciji da kuma dafi kamar gamsheƙa.
33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।
Idanunka za su riƙa gane-gane, zuciyarka kuma za su riƙa tunani abubuwa masu rikitarwa.
34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।
Za ka zama kamar wanda yake barci a tsakiyar tekuna, kwance a sama itacen jirgin ruwa.
35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।
Za ka ce “Sun buge ni, amma ban ji ciwo ba! Sun daddoke ni, amma ba na jin zafinsa! Yaushe zan farka don in ƙara shan wani?”

< ହିତୋପଦେଶ 23 >