< ହିତୋପଦେଶ 24 >

1 ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।
ne aemuleris viros malos nec desideres esse cum eis
2 କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।
quia rapinas meditatur mens eorum et fraudes labia eorum loquuntur
3 ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
sapientia aedificabitur domus et prudentia roborabitur
4 ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
in doctrina replebuntur cellaria universa substantia pretiosa et pulcherrima
5 ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।
vir sapiens et fortis est et vir doctus robustus et validus
6 ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
quia cum dispositione initur bellum et erit salus ubi multa consilia sunt
7 ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
excelsa stulto sapientia in porta non aperiet os suum
8 ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
qui cogitat malefacere stultus vocabitur
9 ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
cogitatio stulti peccatum est et abominatio hominum detractor
10 ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
si desperaveris lassus in die angustiae inminuetur fortitudo tua
11 ମୃତ୍ୟୁୁ ନିମନ୍ତେ ନିଆଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
erue eos qui ducuntur ad mortem et qui trahuntur ad interitum liberare ne cesses
12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବା କର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?
si dixeris vires non suppetunt qui inspector est cordis ipse intellegit et servatorem animae tuae nihil fallit reddetque homini iuxta opera sua
13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
comede fili mi mel quia bonum est et favum dulcissimum gutturi tuo
14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
sic et doctrina sapientiae animae tuae quam cum inveneris habebis in novissimis et spes tua non peribit
15 ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।
ne insidieris et quaeras impietatem in domo iusti neque vastes requiem eius
16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
septies enim cadet iustus et resurget impii autem corruent in malum
17 ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
cum ceciderit inimicus tuus ne gaudeas et in ruina eius ne exultet cor tuum
18 କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
ne forte videat Dominus et displiceat ei et auferat ab eo iram suam
19 ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
ne contendas cum pessimis nec aemuleris impios
20 କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
quoniam non habent futurorum spem mali et lucerna impiorum extinguetur
21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
time Dominum fili mi et regem et cum detractoribus non commiscearis
22 କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ?
quoniam repente consurget perditio eorum et ruinam utriusque quis novit
23 ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
haec quoque sapientibus cognoscere personam in iudicio non est bonum
24 ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ।
qui dicit impio iustus es maledicent ei populi et detestabuntur eum tribus
25 ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
qui arguunt laudabuntur et super ipsos veniet benedictio
26 ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।
labia deosculabitur qui recta verba respondet
27 ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
praepara foris opus tuum et diligenter exerce agrum tuum ut postea aedifices domum tuam
28 ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
ne sis testis frustra contra proximum tuum nec lactes quemquam labiis tuis
29 “ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”
ne dicas quomodo fecit mihi sic faciam ei reddam unicuique secundum opus suum
30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
per agrum hominis pigri transivi et per vineam viri stulti
31 ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
et ecce totum repleverant urticae operuerant superficiem eius spinae et maceria lapidum destructa erat
32 ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।
quod cum vidissem posui in corde meo et exemplo didici disciplinam
33 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
parum inquam dormies modicum dormitabis pauxillum manus conseres ut quiescas
34 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
et veniet quasi cursor egestas tua et mendicitas quasi vir armatus

< ହିତୋପଦେଶ 24 >