< ହିତୋପଦେଶ 25 >

1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।
Waɗannan ƙarin karin maganar Solomon ne waɗanda mutanen Hezekiya sarkin Yahuda suka tara.
2 ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
Ɗaukakar Allah ce a ɓoye batun; a bayyana batun kuwa ɗaukakar sarakuna ne.
3 ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
Kamar yadda sammai suna can bisa duniya kuma tana da zurfi, haka zukatan sarakuna suka wuce a bincika.
4 ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।
Ka tace azurfa sai kayan su fito don maƙerin azurfa;
5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
ka cire mugaye daga gaban sarki, kursiyinsa kuwa zai kahu ta wurin adalci.
6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
Kada ka ɗaukaka kanka a gaban sarki, kada kuma ka nemi wa kanka wuri a cikin manyan mutane;
7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।
gara ya ce maka, “Ka hauro nan,” da a ƙasƙantar da kai a gaban wani mai makami. Abin da ka gani da idanunka
8 ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?
kada ka yi garaje kai ƙara a majalisa, gama me za ka yi a ƙarshe in maƙwabcinka ya ba ka kunya?
9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
In kai da maƙwabcinka kuka yi gardama, kada ka tona asirin wani,
10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
in ba haka ba duk wanda ya ji zai kunyata ka ba za ka kuma taɓa rabuwa da wannan mummuna suna ba.
11 ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
Kalmar da aka faɗa daidai tana kamar zubin zinariyar da aka yi a mazubin azurfa.
12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
Kamar’yan kunnen zinariya ko kuwa kayan ado na zinariya zalla haka yake da tsawatawar mai hikima ga kunne mai saurarawa.
13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
Kamar sanyin ƙanƙara a lokacin girbi haka ɗan saƙo mai aminci wanda aka aika; ya wartsakar da ran waɗanda suka aike shi.
14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
Kamar gizagizai da kuma iska marar ruwan sama haka mutumin da yake fariya a kan kyautan da ba ya bayarwa.
15 ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
Ta wurin haƙuri akan rinjaye mai mulki, magana mai hankali kan karye ƙashi.
16 ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
In ka sami zuma, ka sha isashe kawai, in ya yi yawa, za ka yi amai.
17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
Kada ka cika ziyarar gidan maƙwabcinka yawan ganinka zai sa ya ƙi ka.
18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
Kamar sanda ko takobi ko kibiya mai tsini haka yake da mutumin da yake ba da shaidar ƙarya a kan maƙwabcinsa.
19 ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
Kamar haƙori mai ciwo ko yin tafiya da gurguwar ƙafa haka yake ga mai dogara da marasa aminci a lokacin wahala.
20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
Kamar wanda ya tuɓe riga a ranar da ake sanyi, ko kuwa kamar zuba ruwan tsami a kanwa, haka yake da mai rera waƙoƙi ga mai baƙin ciki.
21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
In abokin gābanka yana jin yunwa, ka ba shi abinci ya ci; in yana jin ƙishi, ka ba shi ruwa ya sha.
22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
Ta yin haka, za ka tara garwashin wuta mai ci a kansa, Ubangiji kuma zai sāka maka.
23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
Kamar yadda iskar arewa kan kawo ruwan sama, haka jita-jita kan kawo fushi.
24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।
Gara a zauna a kusurwar rufin ɗaki da a zauna a gida ɗaya da mace mai fitina.
25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।
Kamar ruwan sanyi ga ran da ya gaji haka yake da jin labari mai daɗi daga ƙasa mai nisa.
26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।
Kamar rafi mai laka ko rijiyar da ta gurɓace haka yake da mai adalci wanda ya miƙa wuya ga mugaye.
27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।
Ba shi da kyau ka sha zuma da yawa, haka ma ba shi da kyau ka nemi girma wa kanka.
28 ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
Kamar birni da katangarsa sun rushe haka yake da mutumin da ba ya iya danne fushinsa.

< ହିତୋପଦେଶ 25 >