< ହିତୋପଦେଶ 25 >

1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।
גם אלה משלי שלמה אשר העתיקו אנשי חזקיה מלך יהודה׃
2 ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
כבד אלהים הסתר דבר וכבד מלכים חקר דבר׃
3 ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
שמים לרום וארץ לעמק ולב מלכים אין חקר׃
4 ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।
הגו סיגים מכסף ויצא לצרף כלי׃
5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
הגו רשע לפני מלך ויכון בצדק כסאו׃
6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
אל תתהדר לפני מלך ובמקום גדלים אל תעמד׃
7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।
כי טוב אמר לך עלה הנה מהשפילך לפני נדיב אשר ראו עיניך׃
8 ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?
אל תצא לרב מהר פן מה תעשה באחריתה בהכלים אתך רעך׃
9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
ריבך ריב את רעך וסוד אחר אל תגל׃
10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
פן יחסדך שמע ודבתך לא תשוב׃
11 ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
תפוחי זהב במשכיות כסף דבר דבר על אפניו׃
12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
נזם זהב וחלי כתם מוכיח חכם על אזן שמעת׃
13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
כצנת שלג ביום קציר ציר נאמן לשלחיו ונפש אדניו ישיב׃
14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
נשיאים ורוח וגשם אין איש מתהלל במתת שקר׃
15 ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
בארך אפים יפתה קצין ולשון רכה תשבר גרם׃
16 ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
דבש מצאת אכל דיך פן תשבענו והקאתו׃
17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
הקר רגלך מבית רעך פן ישבעך ושנאך׃
18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
מפיץ וחרב וחץ שנון איש ענה ברעהו עד שקר׃
19 ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
שן רעה ורגל מועדת מבטח בוגד ביום צרה׃
20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
מעדה בגד ביום קרה חמץ על נתר ושר בשרים על לב רע׃
21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
אם רעב שנאך האכלהו לחם ואם צמא השקהו מים׃
22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
כי גחלים אתה חתה על ראשו ויהוה ישלם לך׃
23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
רוח צפון תחולל גשם ופנים נזעמים לשון סתר׃
24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।
טוב שבת על פנת גג מאשת מדונים ובית חבר׃
25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।
מים קרים על נפש עיפה ושמועה טובה מארץ מרחק׃
26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।
מעין נרפש ומקור משחת צדיק מט לפני רשע׃
27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।
אכל דבש הרבות לא טוב וחקר כבדם כבוד׃
28 ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
עיר פרוצה אין חומה איש אשר אין מעצר לרוחו׃

< ହିତୋପଦେଶ 25 >