< ହିତୋପଦେଶ 26 >

1 ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
Like snow in summer, and as rain in harvest, so honor is not fitting for a fool.
2 ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
Like a fluttering sparrow, like a darting swallow, so the undeserved curse does not come to rest.
3 ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
A whip is for the horse, a bridle for the donkey, and a rod for the back of fools!
4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
Do not answer a fool according to his folly, lest you also be like him.
5 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
Answer a fool according to his folly, lest he be wise in his own eyes.
6 ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
One who sends a message by the hand of a fool is cutting off feet and drinking violence.
7 ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।
Like the legs of the lame that hang loose, so is a parable in the mouth of fools.
8 ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
As one who binds a stone in a sling, so is he who gives honor to a fool.
9 ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
Like a thorn bush that goes into the hand of a drunkard, so is a parable in the mouth of fools.
10 ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
As an archer who wounds all, so is he who hires a fool or he who hires those who pass by.
11 ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
As a dog that returns to his vomit, so is a fool who repeats his folly.
12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
Do you see a man wise in his own eyes? There is more hope for a fool than for him.
13 ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”
The sluggard says, “There is a lion in the road! A fierce lion roams the streets!”
14 ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
As the door turns on its hinges, so does the sluggard on his bed.
15 ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
The sluggard buries his hand in the dish. He is too lazy to bring it back to his mouth.
16 ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
The sluggard is wiser in his own eyes than seven men who answer with discretion.
17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
Like one who grabs a dog’s ears is one who passes by and meddles in a quarrel not his own.
18 ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
Like a madman who shoots torches, arrows, and death,
19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।
is the man who deceives his neighbor and says, “Am I not joking?”
20 କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
For lack of wood a fire goes out. Without gossip, a quarrel dies down.
21 ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
As coals are to hot embers, and wood to fire, so is a contentious man to kindling strife.
22 କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
The words of a whisperer are as dainty morsels, they go down into the innermost parts.
23 ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
Like silver dross on an earthen vessel are the lips of a fervent one with an evil heart.
24 ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
A malicious man disguises himself with his lips, but he harbors evil in his heart.
25 ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।
When his speech is charming, do not believe him, for there are seven abominations in his heart.
26 ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।
His malice may be concealed by deception, but his wickedness will be exposed in the assembly.
27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
Whoever digs a pit shall fall into it. Whoever rolls a stone, it will come back on him.
28 ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
A lying tongue hates those it hurts; and a flattering mouth works ruin.

< ହିତୋପଦେଶ 26 >