< ହିତୋପଦେଶ 27 >

1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
Do not boast about tomorrow, for you do not know what a day may bring.
2 ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।
Let another praise you, and not your own mouth— a stranger, and not your own lips.
3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
A stone is heavy and sand is a burden, but aggravation from a fool outweighs them both.
4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?
Wrath is cruel and anger is like a flood, but who can withstand jealousy?
5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।
Better an open rebuke than love that is concealed.
6 ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
The wounds of a friend are faithful, but the kisses of an enemy are deceitful.
7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
The soul that is full loathes honey, but to a hungry soul, any bitter thing is sweet.
8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
Like a bird that strays from its nest is a man who wanders from his home.
9 ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।
Oil and incense bring joy to the heart, and the sweetness of a friend is counsel to the soul.
10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
Do not forsake your friend or your father’s friend, and do not go to your brother’s house in the day of your calamity; better a neighbor nearby than a brother far away.
11 ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
Be wise, my son, and bring joy to my heart, so that I can answer him who taunts me.
12 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।
The prudent see danger and take cover; but the simple keep going and pay the penalty.
13 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
Take the garment of him who posts security for a stranger; get collateral if it is for a foreigner.
14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
If one blesses his neighbor with a loud voice early in the morning, it will be counted to him as a curse.
15 ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
A constant dripping on a rainy day and a contentious woman are alike—
16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
restraining her is like holding back the wind or grasping oil with one’s right hand.
17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
As iron sharpens iron, so one man sharpens another.
18 ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
Whoever tends a fig tree will eat its fruit, and he who looks after his master will be honored.
19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
As water reflects the face, so the heart reflects the true man.
20 ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ। (Sheol h7585)
Sheol and Abaddon are never satisfied; so the eyes of man are never satisfied. (Sheol h7585)
21 କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।
A crucible for silver and a furnace for gold, but a man is tested by the praise accorded him.
22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
Though you grind a fool like grain with mortar and a pestle, yet his folly will not depart from him.
23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
Be sure to know the state of your flocks, and pay close attention to your herds;
24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
for riches are not forever, nor does a crown endure to every generation.
25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
When hay is removed and new growth appears and the grain from the hills is gathered,
26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
the lambs will provide you with clothing, and the goats with the price of a field.
27 ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।
You will have plenty of goats’ milk to feed you— food for your household and nourishment for your maidservants.

< ହିତୋପଦେଶ 27 >