< ହିତୋପଦେଶ 28 >

1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
Mugu yakan gudu ko babu wanda yake korarsa, amma adalai suna da ƙarfin hali kamar zaki.
2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
Sa’ad da ƙasa ta yi tayarwa, takan kasance da masu mulki da yawa, amma mai fahimi da sani kan mai da zaman lafiya.
3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
Mai mulkin da ya danne talakawa yana kama da ruwan saman da ya lalatar da hatsi.
4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
Duk waɗanda ba sa bin doka yabon mugaye suke yi, amma waɗanda suke yin biyayya da doka suna gāba da mugaye ke nan.
5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
Mugaye ba su san gaskiya ba, amma waɗanda suke neman Ubangiji sun santa sosai.
6 ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
Gara matalauci wanda yake tafiya babu abin zargi da mai arziki wanda hanyoyinsa mugaye ne.
7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
Duk wanda ya kiyaye doka ɗa ne mai la’akari, amma wanda yake abokantaka da masu zari yakan jawo wa mahaifinsa kunya.
8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
Duk wanda ya tara dukiyarsa ta wurin ba da bashi da ruwan da ya wuce misali yana tara wa wani ne wanda zai yi wa talakawa alheri.
9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
In wani ya yi kunnuwa ƙashi ga doka ko addu’arsa ma abar ƙyama ce.
10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
Duk wanda ya jagorance masu aikata gaskiya a hanyar mugunta zai fāɗa cikin tarkonsa amma marasa abin zargi za su sami gādo mai kyau.
11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
Mai arziki zai yi zato shi mai hikima ne a ganinsa, amma matalauci mai basira ya fi shi sanin abin da yake daidai.
12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
Sa’ad da adalai suka yi nasara, kowa yakan yi biki; amma sa’ad da mugu ya samu shugabanci, mutane sukan yi ta ɓuya.
13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Duk wanda ya ɓoye zunubansa ba ya taɓa cin nasara, amma duk wanda ya furta ya kuma ƙi su yakan sami jinƙai.
14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
Mai albarka ne mutumin da kullum yake jin tsoron Allah, amma duk wanda ya taurare zuciyarsa yakan shiga wahala.
15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
Kamar rurin zaki ko sanɗar beyar haka mugun mutum mai mulki a kan mutane marasa ƙarfi yake.
16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
Mugu mai mulki ba shi da azanci, amma duk wanda yake ƙin ƙazamar riba yakan yi tsawon rai.
17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
Mutumin da laifin kisa ya yi ta damunsa zai zama mai gudu don tsoro har mutuwa; kada wani ya taimake shi.
18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।
Duk wanda ya yi tafiya marar abin zargi zai zauna lafiya, amma duk wanda hanyoyinsa mugaye ne zai fāɗi nan da nan.
19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
Duk wanda ya nome gonarsa zai sami amfani a yalwace, amma duk wanda yake zaman banza zai zama matalauci a koyaushe.
20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
Mutum mai aminci zai cika da albarka, amma duk mai son yin arziki dare ɗaya zai sha hukunci.
21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
Nuna sonkai ba shi da kyau, duk da haka mutum zai aikata abin da ba daidai ba saboda’yar ƙaramar rashawa.
22 କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
Mai rowa yana alla-alla ya yi arziki bai san cewa talauci ne ke jiransa ba.
23 ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
Duk wanda ya tsawata wa wani mutum zai sami yabo a ƙarshe fiye da wanda yake mai daɗin baki.
24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ।
Duk wanda ya yi wa mahaifin ko mahaifiyarsa sata ya kuma ce, “Ai, ba laifi ba ne” abokin mai hallakarwa ne shi.
25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
Mai haɗama yakan jawo tā-da-na-zaune-tsaye, amma duk wanda ya dogara ga Ubangiji zai yi nasara.
26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
Duk mai dogara ga kansa wawa ne, amma duk wanda yake tafiya da hikima zai zauna lafiya.
27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
Duk wanda yake bayarwa ga matalauta ba zai rasa kome ba, amma duk wanda bai kula da su ba yana samu la’ana masu yawa.
28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।
Sa’ad da mugu ya samu shugabanci, mutane sukan yi ta ɓuya; amma sa’ad da mugu ya hallaka, adali kan ci gaba cikin arziki da lafiya.

< ହିତୋପଦେଶ 28 >