< ହିତୋପଦେଶ 29 >
1 ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
Munthu amene amawumitsabe khosi lake atadzudzulidwa kwambiri, adzawonongeka mwadzidzidzi popanda chomuchiritsa.
2 ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
Anthu olungama akamalamulira mʼdziko anthu amakondwa, koma ngati dziko lilamulidwa ndi anthu oyipa mtima anthu amadandaula.
3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
Munthu amene amakonda nzeru amasangalatsa abambo ake, koma woyenda ndi akazi achiwerewere amasakaza chuma chake.
4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
Mfumu imalimbitsa dziko poweruza mwachilungamo, koma mfumu imene imawumiriza anthu kuti ayipatse mphatso imawononga dziko.
5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
Munthu woshashalika mnzake, akudziyalira ukonde mapazi ake.
6 ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
Munthu woyipa amakodwa ndi machimo ake, koma wochita chilungamo amayimba lokoma.
7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
Munthu wolungama amasamalira anthu osauka, koma woyipa salabadira zimenezi.
8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
Anthu onyoza atha kuwutsa ziwawa mu mzinda, koma anthu anzeru amaletsa ukali.
9 ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
Ngati munthu wanzeru atsutsana ndi chitsiru, chitsirucho chimachita phokoso ndi kumangoseka ndipo sipakhala mtendere.
10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
Anthu okhetsa magazi amadana ndi munthu wangwiro koma anthu olungama amasamalira moyo wake.
11 ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
Munthu wopusa amaonetsa mkwiyo wake, koma munthu wanzeru amadzigwira.
12 ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
Ngati wolamulira amvera zabodza, akuluakulu ake onse adzakhala oyipa.
13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
Munthu wosauka ndi munthu wopondereza anzake amafanana pa kuti: Yehova ndiye anawapatsa maso onsewa.
14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
Ngati mfumu iweruza osauka moyenera, mpando wake waufumu udzakhazikika nthawi zonse.
15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
Ndodo ndi chidzudzulo zimapatsa nzeru koma mwana womulekerera amachititsa amayi ake manyazi.
16 ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
Oyipa akamalamulira zoyipa zimachuluka, koma anthu olungama adzaona kugwa kwa anthu oyipawo.
17 ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
Umulange mwana wako ndipo adzakupatsa mtendere ndi kusangalatsa mtima wako.
18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
Ngati uthenga wochokera kwa Yehova supezeka anthu amangochita zofuna zawo; koma wodala ndi amene amasunga malamulo.
19 କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
Munthu wantchito sangalangizidwe ndi mawu okha basi; ngakhale awamvetse mawuwo sadzatha kuchitapo kanthu.
20 ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
Ngakhale munthu wa uchitsiru nʼkuti ndiponi popeza chikhulupiriro chilipo kuposa munthu wodziyesa yekha kuti ndi wanzeru poyankhula.
21 ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
Ngati munthu asasatitsa wantchito wake kuyambira ali mwana, potsirizira adzapeza kuti wantchitoyo wasanduka mlowachuma wake.
22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
Munthu wamkwiyo amayambitsa mikangano, ndipo munthu waukali amachita zolakwa zambiri.
23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
Kunyada kwa munthu kudzamutsitsa, koma munthu wodzichepetsa amalandira ulemu.
24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
Woyenda ndi munthu wakuba ndi mdani wa moyo wake womwe; amalumbira koma osawulula kanthu.
25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
Kuopa munthu kudzakhala ngati msampha, koma aliyense amene amadalira Yehova adzatetezedwa.
26 ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
Anthu ambiri amafunitsitsa kuti wolamulira awakomere mtima, koma munthu amaweruzidwa mwachilungamo ndi thandizo la Yehova basi.
27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Anthu olungama amanyansidwa ndi anthu achinyengo; koma anthu oyipa amanyansidwa ndi anthu a mtima wowongoka.