< ହିତୋପଦେଶ 29 >

1 ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।
EL hombre que reprendido endurece la cerviz, de repente será quebrantado; ni habrá [para él] medicina.
2 ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
Cuando los justos dominan, el pueblo se alegra: mas cuando domina el impío, el pueblo gime.
3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
El hombre que ama la sabiduría, alegra á su padre: mas el que mantiene rameras, perderá la hacienda.
4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
El rey con el juicio afirma la tierra: mas el hombre de presentes la destruirá.
5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
El hombre que lisonjea á su prójimo, red tiende delante de sus pasos.
6 ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
En la prevaricación del hombre malo hay lazo: mas el justo cantará y se alegrará.
7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
Conoce el justo la causa de los pobres: [mas] el impío no entiende sabiduría.
8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
Los hombres escarnecedores enlazan la ciudad: mas los sabios apartan la ira.
9 ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
Si el hombre sabio contendiere con el necio, que se enoje ó que se ría, no tendrá reposo.
10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
Los hombres sanguinarios aborrecen al perfecto: mas los rectos buscan su contentamiento.
11 ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
El necio da suelta á todo su espíritu; mas el sabio al fin le sosiega.
12 ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
Del señor que escucha la palabra mentirosa, todos sus ministros son impíos.
13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
El pobre y el usurero se encontraron: Jehová alumbra los ojos de ambos.
14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
El rey que juzga con verdad á los pobres, su trono será firme para siempre.
15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
La vara y la corrección dan sabiduría: mas el muchacho consentido avergonzará á su madre.
16 ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
Cuando los impíos son muchos, mucha es la prevaricación; mas los justos verán la ruina de ellos.
17 ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
Corrige á tu hijo, y te dará descanso, y dará deleite á tu alma.
18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
Sin profecía el pueblo será disipado: mas el que guarda la ley, bienaventurado él.
19 କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
El siervo no se corregirá con palabras: porque entiende, mas no corresponde.
20 ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
¿Has visto hombre ligero en sus palabras? más esperanza hay del necio que de él.
21 ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
El que regala á su siervo desde su niñez, á la postre será su hijo.
22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
El hombre iracundo levanta contiendas; y el furioso muchas veces peca.
23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
La soberbia del hombre le abate; pero al humilde de espíritu sustenta la honra.
24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
El aparcero del ladrón aborrece su vida; oirá maldiciones, y no [lo] denunciará.
25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
El temor del hombre pondrá lazo: mas el que confía en Jehová será levantado.
26 ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
Muchos buscan el favor del príncipe: mas de Jehová [viene] el juicio de cada uno.
27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Abominación es á los justos el hombre inicuo; y abominación es al impío el de rectos caminos.

< ହିତୋପଦେଶ 29 >