< ହିତୋପଦେଶ 3 >

1 ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
Fili mi, ne obliviscaris legis meae, et praecepta mea cor tuum custodiat.
2 ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।
longitudinem enim dierum, et annos vitae, et pacem apponent tibi.
3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
Misericordia, et veritas te non deserant, circumda eas gutturi tuo, et describe in tabulis cordis tui:
4 ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।
et invenies gratiam, et disciplinam bonam coram Deo et hominibus.
5 ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
Habe fiduciam in Domino ex toto corde tuo, et ne innitaris prudentiae tuae.
6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
In omnibus viis tuis cogita illum, et ipse diriget gressus tuos.
7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
Ne sis sapiens apud temetipsum: time Deum, et recede a malo:
8 ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
sanitas quippe erit umbilico tuo, et irrigatio ossium tuorum.
9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
Honora Dominum de tua substantia, et de primitiis omnium frugum tuarum da pauperibus:
10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
et implebuntur horrea tua saturitate, et vino torcularia tua redundabunt.
11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
Disciplinam Domini, fili mi, ne abiicias: nec deficias cum ab eo corriperis:
12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
quem enim diligit Dominus, corripit: et quasi pater in filio complacet sibi.
13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
Beatus homo, qui invenit sapientiam, et qui affluit prudentia:
14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।
melior est acquisitio eius negotiatione auri, et argenti primi et purissimi fructus eius:
15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
pretiosior est cunctis opibus: et omnia, quae desiderantur, huic non valent comparari.
16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
Longitudo dierum in dextera eius, et in sinistra illius divitiae, et gloria.
17 ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।
Viae eius viae pulchrae, et omnes semitae illius pacificae.
18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
Lignum vitae est his, qui apprehenderint eam: et qui tenuerit eam, beatus.
19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
Dominus sapientia fundavit terram, stabilivit caelos prudentia.
20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
Sapientia illius eruperunt abyssi, et nubes rore concrescunt.
21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
Fili mi, ne effluant haec ab oculis tuis: Custodi legem atque consilium:
22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
et erit vita animae tuae, et gratia faucibus tuis.
23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
tunc ambulabis fiducialiter in via tua, et pes tuus non impinget:
24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
si dormieris, non timebis: quiesces, et suavis erit somnus tuus.
25 ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
ne paveas repentino terrore, et irruentes tibi potentias impiorum.
26 ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
Dominus enim erit in latere tuo, et custodiet pedem tuum ne capiaris.
27 ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
Noli prohibere benefacere eum, qui potest: si vales, et ipse benefac:
28 ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
Ne dicas amico tuo: Vade, et revertere: cras dabo tibi: cum statim possis dare.
29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
Ne moliaris amico tuo malum, cum ille in te habeat fiduciam.
30 ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।
Ne contendas adversus hominem frustra, cum ipse tibi nihil mali fecerit.
31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
Ne aemuleris hominem iniustum, nec imiteris vias eius:
32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।
quia abominatio Domini est omnis illusor, et cum simplicibus sermocinatio eius.
33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।
Egestas a Domino in domo impii: habitacula autem iustorum benedicentur.
34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
Ipse deludet illusores, et mansuetis dabit gratiam.
35 ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।
Gloriam sapientes possidebunt: stultorum exaltatio, ignominia.

< ହିତୋପଦେଶ 3 >