< ହିତୋପଦେଶ 30 >

1 ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ:
Palavras de Agur, filho de Jake, a profecia: disse este varão a Ithiel; a Ithiel e a Ucal:
2 ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।
Na verdade que eu sou mais brutal do que ninguém, não tenho o entendimento do homem.
3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।
Nem aprendi a sabedoria, nem conheci o conhecimento dos santos.
4 କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।
Quem subiu ao céu e desceu? quem encerrou os ventos nos seus punhos? quem amarrou as águas num pano? quem estabeleceu todas as extremidades da terra? qual é o seu nome? e qual é o nome de seu filho? se é que o sabes?
5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
Toda a palavra de Deus é pura; escudo é para os que confiam nele.
6 ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
Nada acrescentes às suas palavras, para que não te repreenda e sejas achado mentiroso.
7 ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ।
Duas coisas te pedi; não mas negues, antes que morra:
8 ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
Alonga de mim a vaidade e a palavra mentirosa; não me dês nem a pobreza nem a riqueza: mantem-me do pão da minha porção acostumada.
9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
Para que porventura de farto te não negue, e diga: Quem é o Senhor? ou que, empobrecendo, não venha a furtar, e lance mão do nome de Deus.
10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
Não calunies o servo diante de seu senhor, para que te não amaldiçoe e fiques culpado.
11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
Há uma geração que amaldiçoa a seu pai, e que não bendiz a sua mãe
12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
Há uma geração que é pura aos seus olhos, e que nunca foi lavada da sua imundícia.
13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
Há uma geração cujos olhos são altivos, e as suas pálpebras levantadas para cima.
14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
Há uma geração cujos dentes são espadas, e cujos queixais são facas, para consumirem da terra os aflitos, e os necessitados dentre os homens.
15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।”
A sanguesuga tem duas filhas, a saber: Dá, Dá. Estas três coisas nunca se fartam; e quatro nunca dizem: Basta.
16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା। (Sheol h7585)
A sepultura; a madre estéril; a terra que se não farta d'água; e o fogo nunca diz: Basta. (Sheol h7585)
17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
Os olhos que zombam do pai, ou desprezam a obediência da mãe, corvos do ribeiro os arrancarão e os pintãos da águia os comerão.
18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
Estas três coisas me maravilham; e quatro há que não conheço:
19 ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
O caminho da águia no céu; o caminho da cobra na penha; o caminho do navio no meio do mar; e o caminho do homem com uma virgem.
20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
Tal é o caminho da mulher adúltera: ela come, e limpa a sua boca, e diz: Não cometi maldade.
21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହିପାରେ ନାହିଁ;
Por três coisas se alvoroça a terra: e por quatro, que não pode suportar:
22 ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
Pelo servo, quando reina; e pelo tolo, quando anda farto de pão:
23 ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
Pela mulher aborrecida, quando se casa; e pela serva, quando ficar herdeira da sua senhora.
24 ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
Estas quatro coisas são das mais pequenas da terra, porém sabias, bem providas de sabedoria:
25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
As formigas são um povo impotente; todavia no verão preparam a sua comida:
26 ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
Os coelhos são um povo débil; e contudo põem a sua casa na penha:
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
Os gafanhotos não tem rei; e contudo todos saem, e em bandos se repartem:
28 ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
A aranha apanha com as mãos, e está nos paços dos reis.
29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
Estas três tem um bom andar, e quatro que passeiam mui bem:
30 ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
O leão, o mais forte entre os animais, que por ninguém torna atráz:
31 ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
O cavalo de guerra, bem cingido pelos lombos; e o bode; e o rei a quem se não pode resistir.
32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
Se obraste loucamente, elevando-te, e se imaginaste o mal, põe a mão na boca.
33 କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।
Porque o espremer do leite produz manteiga, e o espremer do nariz produz sangue, e o espremer da ira produz contenda.

< ହିତୋପଦେଶ 30 >